ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ ନିମନ୍ତେ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ଵର: ରାଜ୍ୟର ମେଡିକାଲରେ ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ ପାଇଁ ମାର୍ଗଦର୍ଶିକା ନିମନ୍ତେ ଇଣ୍ଡିଆନ ମେଡିକାଲ ଆସୋସିଏସନ ସଭାଗୃହରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମାନ୍ୟବର ସୁପ୍ରିମକୋର୍ଟଙ୍କ ୨୦୧୬ ମସିହାର CA ୮୪୦୨ ଏବଂ ୨୦୨୪ ମସିହାର MA ୩୦୪୦୮ ନିର୍ଦ୍ଦେଶ ଅନୁଯାୟୀ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସମସ୍ତ ଅଂଶୀଦାରଙ୍କ ପ୍ରତିନିଧି ଯଥା, ଶିକ୍ଷାଦାନ/ଅଣ-ଶିକ୍ଷଣ ହସ୍ପିଟାଲ, ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ, ରାଜ୍ୟ ମେଡିକାଲ ପରିଷଦ, କର୍ପୋରେଟ୍ ପରିଚାଳିତ ହସ୍ପିଟାଲର ପ୍ରତିନିଧି ଏବଂ ଆଇସିୟୁ/କ୍ରିଟିକାଲ…

ଅଦ୍ୱିକା ସମ୍ମିଳନୀ : ଭାଗନେଲେ ୨୭ ଜିଲ୍ଲାର ୧୨୭ ଜଣ କିଶୋର କିଶୋରୀ

ଭୁବନେଶ୍ୱର: କିଶୋରକିଶୋରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଦୁଇଦିନିଆ ଅଦ୍ୱିକା ସମ୍ମିଳନୀ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସ ମଧ୍ୟରେ ୨୭ଟି ଜିଲ୍ଲାରୁ ଶ୍ରେଷ୍ଠ ବିବେଚିତ ୧୨୭ ଜଣ କିଶୋର କିଶୋରୀ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ନୃତ୍ୟ, ଗୀତ, କାହାଣୀ ପଠନ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। କିଶୋର ଅବସ୍ଥାରେ ଶାରୀରିକ ଓ ମାନସିକ ସ୍ତରରେ ହେଉଥିବା ପରିବର୍ତ୍ତନ, ସେମାନେ ସମ୍ମୁଖୀନ ହେଉଥିବା ହିଂସା ଓ ବିପଜ୍ଜନକ କାର୍ଯ୍ୟକଳାପରୁ…

ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି ପ୍ରତି ଆମ ସରକାର ଶୂନ୍ୟ ସହନଶୀଳ କଠୋର ବାର୍ତ୍ତା ଦେବା ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅବସରରେ ଉଦ୍‌ବୋଧନ ଦେଇ କହିଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଏହି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏକାକାଳୀନ ଭାବେ ଦୁଇଟି ସ୍ଥାନରେ ବିଭିନ୍ନ ଟ୍ରେଡ୍ କୁ ନେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭୁବନେଶ୍ବରସ୍ଥିତ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ IT-ITes ଟ୍ରେଡ୍ ସମ୍ପର୍କରେ ପ୍ରଶିକ୍ଷଣ  ଦିଆଯାଉଥିବା ବେଳେ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ Electronics…

ଯୋଜନା ସମ୍ବନ୍ଧୀୟ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ଵର: ରପ୍ତାନି ଉନ୍ନୟନ ଓ ବାଣିଜ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଥାନୀୟ ନୟାପଲ୍ଲୀସ୍ଥିତ ରପ୍ତାନି ଭବନ ସମ୍ମିଳନୀ କକ୍ଷରେ “ସରକାରୀ ଅଧିକାରୀଙ୍କ ପାଇଁ ଯୋଜନା ସମ୍ବନ୍ଧୀୟ ଦକ୍ଷତା ବିକାଶ କର୍ମଶାଳା”ଆୟୋଜିତ ହୋଇଯାଇଛି।  ସରକାରୀ ଅଧିକାରୀ ଓ ବାଣିଜ୍ୟ ବିକାଶ ସେବା ପ୍ରଦାନକାରୀ ସଂସ୍ଥା ମଧ୍ୟରେ ଉତ୍ତମ ସମନ୍ୱୟ ବୃଦ୍ଧି, ଏମ୍‌ଏସ୍‌ଏମ୍‌ଇ ଯୋଜନା ବିଷୟରେ ବ୍ୟାପକ ସଚେତନତା, ସମୟ ଉପଯୋଗୀ ସେବା ପ୍ରଦାନ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କୁ ଅଧିକ ଦକ୍ଷ କରିବାରେ ଏହି କର୍ମଶାଳା ସହାୟକ ହେବ। କାର୍ଯ୍ୟକ୍ରମର ଆରମ୍ଭରେ…

ମାରିଟାଇମ ସପ୍ତାହ ୨୦୨୫: ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା ପ୍ରଦର୍ଶିତ

ମୁମ୍ବାଇ :  ମୁମ୍ବାଇ ନେସ୍କୋ ଗ୍ରାଉଣ୍ଡରେ ଆୟୋଜିତ ମାରିଟାଇମ ସପ୍ତାହ ୨୦୨୫ ଅବସରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା ଉପରେ ଆଧାରିତ ଏକ ଷ୍ଟଲ୍ ଖୋଲାଯାଇଛିl ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛି I ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଓଡ଼ିଶା ପାଭିଲିୟନ୍ ପରିଦର୍ଶନ କଲି ଏବଂ ରାଜ୍ୟର ଉଲ୍ଲେଖନୀୟ ସାମୁଦ୍ରିକ ଯାତ୍ରାକୁ ପ୍ରଦର୍ଶିତ କରୁଥିବା ଏକ…

ଦୁର୍ନୀତି ନିବାରଣ ସପ୍ତାହରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ

ଭୁବନେଶ୍ୱର: ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଆଜି ଶପଥ ପାଠ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦାସପଟ୍ଟନାୟକଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ। ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତି ଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର…

ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ନିମନ୍ତେ ୫ ଦିବସୀୟ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ସେଞ୍ଚୁରିଆନ୍ ୟୁନିଭର୍ସିଟି ଠାରେ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ SPEFL  Trade  କୁ ନେଇ ଏକ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ ଯୋଗଦେଇଥିଲେ। ଏହି  ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା…

71-ନୂଆପଡା ଉପନିର୍ବାଚନ : ଭିଭିପାଟ ଦ୍ଵିତୀୟ ପର୍ଯ୍ୟାୟ ରାଣ୍ଡୋମାଇଯେସନ ଓ ପେଆରିଂ

ନୂଆପଡା: 71-ନୂଆପଡା ବିଧାନସଭାମଣ୍ଡଳୀ ଉପନିର୍ବାଚନ ପାଇଁ ନିର୍ବାଚନ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁ ଏଵଂ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଉପସ୍ଥିତିରେ ଇ ଭି ଏମ୍ ଓ ଭିଭିପାଟ ମେସିନ୍ ସବୁର ଦ୍ଵିତୀୟ ପର୍ଯ୍ୟାୟ ରାଣ୍ଡୋମାଇଯେସନ ଓ ପେଆରିଂ ଅନୁଷ୍ଠିତ ହୋଇଯାଇଛିl ଉପଜିଲ୍ଲାପାଳ ତଥା ରିଟନିଙ୍ଗ ଅଫିସର ସୁର୍ମି ସୋରେନ୍ ଙ୍କ ଲଗ୍ଇନରେ ଏହା ସମ୍ପନ୍ନ ହୋଇଥିଲା। ନିର୍ବାଚନ ପ୍ରସ୍ତୁତି ପାଇଁ ସମସ୍ତ ଭୋଟିଂ ମେସିନ୍ ସ୍ଥାନୀୟ ନେସନାଲ କଲେଜର ଷ୍ଟ୍ରଙ୍ଗ ରୁମ୍ ରେ…

‘ଜନସାଧାରଣ ଆତଙ୍କିତ ହୁଅନ୍ତୁ ନାହିଁ’

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଦେଓରଞ୍ଜନ କୁମାର ସିଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କ ସହ ବାତ୍ୟାପୂର୍ବ ପ୍ରସ୍ତୁତି ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ। ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ଭାରତୀୟ ପାଣିପାଗ…