ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳ ସମ୍ବର୍ଦ୍ଧିତ
ଭୁବନେଶ୍ୱର: ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ…


