ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ରେ ସର୍ବଶ୍ରେଷ୍ଠ ପୁରସ୍କାରରେ ଓଡିଶା ସମ୍ମାନିତ
ଭୁବନେଶ୍ୱର: ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ପାଳିତ ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ରେ ସର୍ବଶ୍ରେଷ୍ଠ ପୁରସ୍କାରରେ ଓଡିଶାକୁ ଜାତୀୟ ସ୍ତରରେ ସମ୍ମାନିତ କରାଯାଇଛି। ଏହି ପୁରସ୍କାର ଓ ସମ୍ମାନପତ୍ର ଦିଲ୍ଲୀସ୍ଥିତ ଏମ୍ସରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଓଡିଶାର ରାଜ୍ୟ ପରାମର୍ଶଦାତାଙ୍କ ଦ୍ୱାରା ଗ୍ରହଣ କରାଯାଇଛି। ସେହିପରି ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆୟୋଜିତ ତମାଖୁ…


