ରତ୍ନଭଣ୍ଡାର ଗଣତି ମଣତିର SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣାଯାଇଛି। ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର…


