‘ଆମ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ’
ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର ‘ହସ୍ତତନ୍ତ କ୍ଷେତ୍ର’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ। ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାଶନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ,…


