ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତି ଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମ୍ବନ୍ଧରେ ଘୋଷଣା କରିଥିଲେ। ଶକ୍ତିଶ୍ରୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଏକ ସ୍ଥାୟୀ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ସ୍ଥାପନ କରାଯିବ ଯାହାକି ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରିବା ସହିତ ଛାତ୍ରୀମାନଙ୍କର ସଶକ୍ତିକରଣ…


