ଶିଳ୍ପାଞ୍ଚଳର ବ୍ୟାପକ ଉନ୍ନତିକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର: ଓଡିଶା ସରକାରଙ୍କ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜଗତପୁର ଓ ଚୌଦ୍ୱାର ଶିଳ୍ପାଞ୍ଚଳ ପରିଦର୍ଶନରେ ଯାଇ ବିଭିନ୍ନ ଶିଳ୍ପ ଅନୁଷ୍ଠାନ ଓ ଉଦ୍ୟୋଗଗୁଡିକୁ ବୁଲି ଦେଖିବା ସହ ସ୍ଥାନୀୟ ଅଂଚଳର ବ୍ୟାପକ ଉନ୍ନତିକରଣ ଓ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ମନ୍ତ୍ରୀ ଶ୍ରୀ ସ୍ୱାଇଁ ଇନ୍ଦ୍ରାଣୀ ପାଟଣାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ପରିଚାଳିତ କମନ ଫାସିଲିଟି…


