ରାଜ୍ୟସ୍ତରୀୟ ଉର୍ଦ୍ଦୁ କବି ସମ୍ମିଳନୀ ଅନୁଷ୍ଠିତ
ଭୁବନେଶ୍ୱର: ଓଡ଼ିଶା ଉର୍ଦ୍ଦୁ ଏକାଡ଼େମୀ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଉର୍ଦ୍ଦୁ କବି ସମ୍ମିଳନୀ (ମୁଶାଏରା ) କାର୍ଯ୍ୟକ୍ରମ କଟକସ୍ଥିତ ପାନ୍ଥନିବାସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରାୟ ୩୦ ଜଣ କବି ଉର୍ଦ୍ଦୁ କବିତା ପାଠ କରିଥିଲେ। ଏଥିରେ ବିଶେଷକରି ଦେଶାତ୍ମବୋଧକ କବିତା ପାଠ କରାଯାଇଥିଲା। କବିମାନଙ୍କ ମଧ୍ୟରେ କଟକରୁ ସୟିଦ ରେହମାନୀ, ଅବଦୁଲ ହକ ବେତାବ ବିସମିଲ, ଅଞ୍ଜୁମନ ଆରା,…


