ଦୁର୍ବଳ ବର୍ଗର ଲୋକଙ୍କୁ ସହାୟତା ପାଇଁ ଅଧିକାରୀମାନେ ସମସ୍ତ କଲ୍ୟାଣକାରୀ ଯୋଜନା ସଂର୍ପକରେ ଭଲ ଭାବେ ଜାଣନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର : ସମାଜର ଗରିବ ଓ ଦୁର୍ବଳ ବର୍ଗର ଲୋକମାନଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ ସମସ୍ତ ଉନ୍ନୟନ ଓ କଲ୍ୟାଣକାରୀ ଯୋଜନା ସଂପର୍କରେ ଭଲଭାବରେ ଜାଣନ୍ତୁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୮ ତାରିଖ ଦିନ ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ଗୋପବନ୍ଧୁ ଏକାଡେମୀ ଅଫ୍ ଆଡ୍ମିନିଷ୍ଟ୍ରେସନରେ ତାଲିମ ନେଉଥିବା ଅତିରିକ୍ତ ଜିଲ୍ଲା କଲ୍ୟାଣ ଅଧିକାରୀ ଓ ସହକାରୀ ଶ୍ରମ ଅଧିକାରୀମାନଙ୍କୁ ଉଦ୍ବୋଧନ ଦେଇ ରାଜ୍ୟପାଳ…

ଅନଲାଇନ କ୍ରିକେଟ୍ ବେଟିଂରେ ଠକାମି: ଦୁଇ ଗିରଫ

କଟକ : ଅନଲାଇନ ଗେମରେ କ୍ରିକେଟ ବେଟିଂ  ମାଧ୍ୟମରେ  ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ  ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ଦକ୍ଷତା ନିର୍ମାଣ ପ୍ରଶିକ୍ଷଣ

ଭୁବନେଶ୍ବର: ଶିକ୍ଷକ ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ରୀୟ ଶିକ୍ଷା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ସିଆଇଇଟି) ସହ ମିଳିତ ଭାବରେ  ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆଦିଲ୍ଲୀର ଏନସିଇଆରଟିଠାରେ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍ ଆୟରଙ୍କ ନେତୃତ୍ବରେ ପିଏମ-ଇ ବିଦ୍ୟା ଅଧିନରେ ବିଷୟବସ୍ତୁ ବିକାଶ କରିବା ନେଇ ଏକ…

ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ପରାମର୍ଶ

ଭୁବନେଶ୍ୱର : ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନସଚିବ  ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ପ୍ରାବଧାନ ଅନୁସାରେ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ…

ବରଗଡ଼ ଜିଲ୍ଲାର ୬ଟି ବିଦ୍ୟାଳୟର ସିବିଏସଇ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର : ନିକଟରେ କେନ୍ଦ୍ରୀୟ ଶିକ୍ଷା ବୋର୍ଡ଼ ଦଶମ ଓ ଦ୍ବାଦଶ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇଥିଲା । ବରଗଡ଼ ଜିଲ୍ଲାର ବାନ୍ଦୁପାଲିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲରେ ପରୀକ୍ଷା ପରିଚାଳନା ସମୟରେ ଅନୈତିକ ନୀତି ଅବଲମ୍ବନ କରିଥିବା ରିପୋର୍ଟ ସାମ୍ନାକୁ ଆସିଥିଲା । ଏହି ଦୁଇଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୬ ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୪ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଛି ।…

ଓଡ଼ିଶା ବିଧାନସଭାର ସଂକ୍ଷିପ୍ତ ଇତିହାସ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ “A Brief History of Odisha Legislative Assembly”ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରି ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ଆମ ସମସ୍ତଙ୍କ ପାଇଁ ଏହି ପୁସ୍ତକ ପ୍ରକାଶନର ଯଥାର୍ଥତା ରହିଛି । ଏହି ପୁସ୍ତକ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ଗବେଷକ, ବୁଦ୍ଧିଜୀବୀ, ବିଦ୍ୟାର୍ଥୀ ତଥା ସାଧାରଣ ଜନତାଙ୍କ ପାଇଁ ନିଶ୍ଚିତ ଭାବେ ଉପାଦେୟ ହୋଇପାରିବ ବୋଲି ବାଚସ୍ପତି…

ଏଡବ୍ଲୁୟୁଏଫ୍‍ ରେ ଗୃହ ଓ ନଗର ଉନ୍ନୟନ ବିଭାଗର ଦୁଇ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର : ଓଡିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ଦୁଇଜଣ ବରିଷ୍ଠ ଅଧିକାରୀ ୩୦ ତାରିଖ ପର୍ଯ୍ୟନ୍ତ ଫିଲିପାଇନ୍ସର ମାନିଲାରେ ଏଡ଼ିବି ମୁଖ୍ୟାଳୟରେ ଅନୁଷ୍ଠିତ ହେଉଥିବା ଥିବା ଏସୀୟ ବିକାଶ ବ୍ୟାଙ୍କର ଜଳ ଏବଂ ନଗର ଉନ୍ନୟନ ଫୋରମ୍ (AWUF) ୨୦୨୫ ରେ ଅଂଶଗ୍ରହଣ କରିଛନ୍ତି। “ଜଳର ମୂଲ୍ୟାଙ୍କନ ଏବଂ ଏସିଆ ଏବଂ ପ୍ରଶାନ୍ତ ମହାସାଗରରେ ଜୀବନଧାରଣ ବୃଦ୍ଧି” ଶୀର୍ଷକ ଏହି ଚାରି ଦିନିଆ ଫୋରମ୍ ବିଶ୍ୱସ୍ତରୀୟ ନେତା, ନୀତି ନିର୍ଦ୍ଧାରକ ଏବଂ ବିଶେଷଜ୍ଞମାନଙ୍କୁ…

ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର : ବଂଶଧାରା- ଘୁମୁସର- ନାଗାବଳି ( BGN) ଡିଭିଜନର ଘୁମସର ଏରିଆ କମିଟିର  ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ  ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର  ନିବାସୀ ବିଜୟ ଗୋଟିଏ ପିସ୍ତଲ୍ ଓ 8 ରାଉଣ୍ଡ ଗୁଳି ସହିତ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମରେ ଓଡିଶା ସରକାରଙ୍କ ତରଫରୁ 4 ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ସେ କନ୍ଧମାଳ ଜିଲ୍ଲା ଓ…

ମାଟ୍ରିକ ଟପରଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର : କେବଳ ଶିକ୍ଷା କ୍ଷେତ୍ରରେ ନୁହେଁ, ବରଂ ଭବିଷ୍ୟତରେ ଦାୟିତ୍ୱବାନ ନାଗରିକ ଭାବେ ମାଟ୍ରିକ ଟପରମାନେ ଉତ୍କର୍ଷ ହାସଲ କରିବାକୁ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୬ ତାରିଖ ଦିନ ରାଜଭବନର ଅଭିଷେକ ହଲ ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ୨୦୨୫ ମସିହା ବୋର୍ଡ୍ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ବି.ଏସ୍.ଇ.), ସେଣ୍ଟ୍ରାଲ୍ ବୋର୍ଡ୍ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ସି.ବି.ଏସ୍.ଇ.) ଏବଂ କାଉନସିଲ ଫର୍ ଦ ଇଣ୍ଡିଆନ୍…

ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଳାତ୍ମକତା, ସୃଜନଶୀଳତା ଓ ସାଂସ୍କୃତିକ ଐତିହ୍ୟ ପ୍ରତି ଶ୍ରଦ୍ଧାର ମୂଲ୍ୟବୋଧକୁ ବଜାୟ ରଖନ୍ତୁ- ରାଜ୍ୟପାଳ:

ଭୁବନେଶ୍ୱର : ଓଡ଼ିଶାର ଗର୍ବ ଓ ଗୌରବ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଳାତ୍ମକତା, ସୃଜନଶୀଳତା ଓ ସାଂସ୍କୃତିକ ଐତିହ୍ୟ ପ୍ରତି ଶ୍ରଦ୍ଧାର ମୂଲ୍ୟବୋଧକୁ ବଜାୟ ରଖିବାକୁ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୬ ତାରିଖ ସନ୍ଧ୍ୟାରେ “ସଂଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେସନ” ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପଠାରେ ଫାଉଣ୍ଡେସନର ବାର୍ଷିକ ଉତ୍ସବ ଏବଂ ସଂଗୀତ  ସୁଧାକର ବାଳକୃଷ୍ଣ ଦାଶଙ୍କ ଜୟନ୍ତୀ ପାଳନ ଅବସରରେ ମୁଖ୍ୟ ଅତିଥି…