କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ବିଷୟରେ ଆଲୋଚନା
ଭୁବନେଶ୍ୱର: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ, କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ, ଏକ ବୃହତ୍ କନ୍ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା। ଏତଦବ୍ୟତୀତ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ,…


