ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ୪୮୫ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
ଭୁବନେଶ୍ୱର : ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ “ଗ୍ରାମୋଦୟ” (GRAMODAYA) ଅଭିଯାନ ମାଧ୍ୟମରେ ୧୦ଟି ଜିଲ୍ଲାର ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ କ୍ରୀଡ଼ା ସାମଗ୍ରୀ ଯୋଗାଇ ଦିଆଯିବ। ଏହି ଯୋଜନା ପାଇଁ କ୍ରୀଡ଼ା ବିଭାଗ ପକ୍ଷରୁ ମୋଟ…


