ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି। ରାଜ୍ୟରେ ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ ହ୍ରାସ ପାଇଥିବା ନେଇ ବୈଠକରୁ ଜଣାପଡିଛି ଏବଂ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା…


