ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ ୨.୫ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଶ୍ରାବଣୀଙ୍କ ସଫଳତା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ…

ଅନୁପମାଙ୍କ କ୍ରୀଡା ନୈପୁଣ୍ୟତାକୁ ଉଚ୍ଚ ପ୍ରଶଂସା

ଭୁବନେଶ୍ୱର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନବମ ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପରେ ଅଂଶଗ୍ରହଣ କରି ଉଚ୍ଚକୋଟିର କ୍ରୀଡା ନୈପୁଣ୍ୟତା ପ୍ରଦର୍ଶନ କରିଥିବା ଅନୁପମା ସ୍ଵାଇଁଙ୍କୁ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଛନ୍ତି।  ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଡିଜିପି ଶ୍ରୀ ଖୁରାନିଆ ଅନୁପମାଙ୍କ କ୍ରୀଡା ନୈପୁଣ୍ୟତାକୁ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ। ଏହା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ମଧ୍ୟ…

“ଓଡିଶାର କୃଷି ବ୍ୟବସାୟ ସମ୍ଭାବନା”ଶୀର୍ଷକ ଜାତୀୟ ସେମିନାର

ଭୁବନେଶ୍ୱର : କୃଷିରେ ଅଭାବୀ କ୍ଷେତ୍ରଗୁଡ଼ିକ ଚିହ୍ନଟ କରି ଓଡିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନୀତି ନିର୍ଦ୍ଧାରକ, ବୈଜ୍ଞାନିକ ଏବଂ ଗବେଷକମାନଙ୍କୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ଚଳିତ ଜୁନ୍ ୭ ତାରିଖ ଦିନ ଓୟୁଏଟି (ଓଡିଶା ୟୁନିଭରସିଟି ଅଫ୍ ଏଗ୍ରିକଲଚର୍ ଆଣ୍ଡ୍ ଟେକ୍ନୋଲୋଜି) ଓ ଆଇ.ଏସ୍.ଏ.ଏମ୍. (ଇଣ୍ଡିଆନ ସୋସାଇଟି ଅଫ୍ ଏଗ୍ରିକଲଚରାଲ ମାର୍କେଟିଂ) ହାଇଦ୍ରାବାଦ ଆନୁକୂଲ୍ୟରେ ଓୟୁଏଟି ଠାରେ  “”ଓଡିଶାର କୃଷି ବ୍ୟବସାୟ ସମ୍ଭାବନା” ଶୀର୍ଷକ ଜାତୀୟ ସେମିନାରକୁ ଉଦ୍ଘାଟନ କରି…

ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଆଜି ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିପ୍ ନ୍ୟୁରାଲ୍ ନେଟୱାର୍କ (DNN) ଲାବୋରେଟୋରୀକୁ ଉଦଘାଟନ କରିଛନ୍ତି। ଏହି ଲାବୋରେଟୋରୀ ଭୁବନେଶ୍ୱରର ନୟାପଲ୍ଲୀରେ କ୍ରିଷ୍ଟେଲାର ଡିଫେନ୍ସ ଆଣ୍ଡ ଏରୋସ୍ପେସ୍ କାର୍ଯ୍ୟାଳୟ ପରିସରରେ ପ୍ରତିଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ସରକାରୀ ଅଧିକାରୀ, ପ୍ରତିରକ୍ଷା ବିଶେଷଜ୍ଞ, ଶିକ୍ଷାବିତ୍…

‘ରାଜସ୍ୱ ବିଭାଗ ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ’

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…

ସଂପୂର୍ଣ୍ଣ ଜଳ ଉତ୍ସର ଗଣନା ସମୀକ୍ଷା ବୈଠକ

ଭୁବନେଶ୍ୱର: ଭାରତ ସରକାରଙ୍କ  ଜଳଶକ୍ତି ବିଭାଗ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ ମନ୍ତ୍ରାଳୟଙ୍କ ପରାମର୍ଶକ୍ରମେ  ଏବଂ ଓଡ଼ିଶା ରାଜ୍ୟ  ସରକାରଙ୍କ ସହଯୋଗରେ  ଓଡ଼ିଶାରେ କେତେ ସଂଖ୍ୟକ ଜଳ ସଂପଦ ତଥା ଜଳ ଉତ୍ସ ରହିଛି, ସେସବୁର ଗଣନା ଓ ବିସ୍ତୃତ ତଥ୍ୟ ସଂଗ୍ରହ ବା ଡାଟା ବେସ୍ ପ୍ରସ୍ତୁତି ନିମନ୍ତେ ଜାରି ରହିଥିବା କାର୍ଯ୍ୟକ୍ରମ ସଂପର୍କରେ ଏକ ବୈଠକ ଆଜି ଅପରାହ୍ଣରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ…

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଫଳାଫଳ ପ୍ରକାଶ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଫଳାଫଳ ଆଜି  ଅପରାହ୍ନ ୪.୦୦ ଘଟିକା ସମୟରେ SAMS PG ପୋର୍ଟାଲରେ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ SAMS PG ପୋର୍ଟାଲରେ ନିଜର ପରୀକ୍ଷା ଫଳ ଓ ରାଙ୍କ୍‌ ଦେଖିପାରିବେ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ନିମନ୍ତେ ମୋଟ୍ ୬୨,୩୨୧…

‘ଚାଷୀଙ୍କ କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ଦିଆଯିବ’

ଭୁବନେଶ୍ୱର: ରାଜ୍ୟରେ ୨୭ ମଇରୁ ୩୦ ମଇ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ଅଦିନିଆ ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବାବେଳେ ଖୁବ୍‌ ଶୀଘ୍ର କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ସଂପର୍କରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ…

ଦୁର୍ଦ୍ଦାନ୍ତ ମାଓବାଦୀ ହିଡମା ଗିରଫ

ଭୁବନେଶ୍ୱର: ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୋଲିସକୁ ଏକ ବଡ ସଫଳତା ମିଳିଛି ।  ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ମାଓବାଦୀ ହିଡମା ଓରଫ ମୋହନ ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ଏସପି ରୋହିତ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  ସେ କହିଛନ୍ତି ଯେ, ପୋଲିସ ତା ନିକଟରୁ ଗୋଟିଏ…

ସହର ବିକାଶ ପାଇଁ ଓଡ଼ିଶା ଆରମ୍ଭ କଲା “ଅଙ୍କୁର”

ଭୁବନେଶ୍ୱର : ଓଡ଼ିଶାରେ ସହର ବିକାଶର ଭବିଷ୍ୟତକୁ ପୁନଃପରିଭାଷିତ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ, ଗୃହ ଏବଂ ନଗର ଉନ୍ନୟନ ବିଭାଗ ଆଜି ଅଙ୍କୁର – ଅଟଳ ନେଟୱାର୍କ ଫର ନଲେଜ୍, ସହରୀକରଣ ଏବଂ ସଂସ୍କାର ଆରମ୍ଭ କରିଛି l  ଏହା ରାଜ୍ୟ ସାରା ଅନ୍ତର୍ଭୁକ୍ତ, ସ୍ଥାୟୀ ଏବଂ ଅଭିନବ ସହର ବିକାଶକୁ ଗଢି ତୋଳିବା ପାଇଁ ଏକ ରଣନୈତିକ ପଦକ୍ଷେପ। ଗୃହ ଓ ନଗର ଉନ୍ନୟନ ବିଭାଗ ବିଭାଗ ଏବଂ ସହର ବିକାଶ…