ମହିଳା ଓ ଶିଶୁ ବିକାଶ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ନୂଆଦିଲ୍ଲୀରେ ଆଲୋଚନା

ନୂଆଦିଲ୍ଲୀ | ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସ୍ୱାଲ ମଧ୍ୟ ଏହି ଦୁଇଦିନିଆ ସମ୍ମିଳନୀରେ…

ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ରାଜ୍ୟକୁ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ (Windergy India 2026) ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ”(Leadership in Wind Energy De-risking) ପୁରସ୍କାରରେ ସମ୍ମାନିତ କରାଯାଇଛି। ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ, କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କଠାରୁ ବିଶିଷ୍ଟ ଶିଳ୍ପପତି ଓ ସରକାରୀ ପଦାଧିକାରୀଙ୍କ…

ସମସ୍ତ ୧୫ଟି କଲେଜ ବିରୋଧରେ ଥିବା ‘କାରଣ ଦର୍ଶାଅ’ ପ୍ରକ୍ରିୟା ରଦ୍ଦ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଦାଖଲ କରାଯାଇଥିବା ଅନୁପାଳନ ରିପୋର୍ଟ ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ନାହିଁ ବୋଲି ସ୍ପଷ୍ଟ କରିଛି ଇ.ଆର୍.ସି (ERC)।ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ (Teacher Education Institution) ଗୁଡ଼ିକ ପାଇଁ ଏହା ଏକ ବଡ଼ ଆଶ୍ୱସ୍ତିକର ଖବର। ଜାତୀୟ ଶିକ୍ଷକ ଶିକ୍ଷା ପରିଷଦ (NCTE), ନୂଆଦିଲ୍ଲୀର ପୂର୍ବାଞ୍ଚଳ କମିଟି (ERC) ଅକ୍ଟୋବର ୧, ୨୦୨୬ ରେ ଅନୁଷ୍ଠିତ ଏହାର ୪୧୦ତମ ବୈଠକରେ ରାଜ୍ୟର ସମ୍ପୃକ୍ତ ସମସ୍ତ…

ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ ମନ୍ତ୍ରୀ

ଭୁବନେଶ୍ୱର: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଞ୍ଚିବା ପରେ, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମ୍‌ଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଖେଳାଳିମାନଙ୍କ ସହ ଆଲୋଚନା କରି ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ସେମାନେ ଓଡ଼ିଶାର ଗୌରବ…

ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତରିତ

ଭୁବନେଶ୍ବର: ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ହାଲ୍ (HAL) ମାନୁଫାକ୍ଚରିଙ୍ଗ୍ ୟୁନିଟରେ ଶକ୍ତି ଇଞ୍ଜିନର ଦ୍ୱିତୀୟ ମାନୁଫାକ୍ଚରିଙ୍ଗ୍ ଲାଇନ୍ ଉଦ୍‌ଘାଟନ କରିଛନ୍ତି। ଏହା ସହିତ ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନକୁ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତର କରିଥିଲେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ରକ୍ଷାମନ୍ତ୍ରୀ ଶ୍ରୀ ସିଂହ କହିଛନ୍ତି ଯେ, ସେ ନିଜକୁ ଏଠାରେ ଅତିଥି ଭାବେ…

୭ମ ଓଡ଼ିଶା ଟ୍ରାଭେଲ ବଜାର: ୯,୦୦୦ରୁ ଅଧିକ ସଂରଚିତ B2B ଏବଂ B2G ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମେଗା ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ବ୍ୟବସାୟିକ ସମ୍ଭାବନା ସୃଷ୍ଟି କରିଛି। ଏହି ବିଶାଳ…

ମହାନଦୀ ଜଳ ବିବାଦ ସମାଧାନ ବୈଠକ: ଯୋଗଦେଲେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଏବଂ ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଉପସ୍ଥିତ ଥିଲେ। ବୈଠକ ସମାପ୍ତ ହେବା ପରେ, ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଖୁବ୍ ସୌହର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଏହି ଆଲୋଚନା ସକାରାତ୍ମକ ହୋଇଛି। ମୁଖ୍ୟମନ୍ତ୍ରୀ…

ମୌଳିକ ସାକ୍ଷରତା, ଶିକ୍ଷଣ ଫଳାଫଳ, ବିଦ୍ୟାଳୟ ସୁରକ୍ଷା ଓ  ଡ୍ରପଆଉଟ୍ ରୋକିବା କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ଓଡ଼ିଶାର ୭ ଶିକ୍ଷା ଅଧିକାରୀ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ପ୍ରଶାସନକୁ ସୁଦୃଢ଼ କରିବା ଏବଂ ବିଦ୍ୟାଳୟ ଶିକ୍ଷାର ଗୁଣବତ୍ତା ଉନ୍ନତ କରିବାରେ  ଅଭିନବ ପଦକ୍ଷେପ ଏବଂ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକୃତି ଦେବା ଉଦ୍ଦେଶ୍ୟରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଏଜୁକେସନାଲ ପ୍ଲାନିଂ ଆଣ୍ଡ ଆଡମିନିଷ୍ଟ୍ରେସନ୍’ (NIEPA) ଦ୍ୱାରା ଓଡ଼ିଶାର ସାତ ଜଣ ଶିକ୍ଷା ଅଧିକାରୀଙ୍କୁ ପୁରସ୍କୃତ କରାଯାଇଛି। ଶିକ୍ଷା ପ୍ରଶାସନରେ ନବସୃଜନ ଏବଂ ଉତ୍ତମ ଅଭ୍ୟାସ ପାଇଁ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀରେ NIEPA (ନିପା) ଦ୍ୱାରା ଆୟୋଜିତ ଶିକ୍ଷା ପ୍ରଶାସନରେ ନବସୃଜନ…

ସୁରକ୍ଷା ଓ ସଶକ୍ତୀକରଣକୁ ଏକାସାଙ୍ଗରେ ଆଗେଇ ନେବାକୁ ସମନ୍ୱିତ ଆଭିମୁଖ୍ୟ ଉପରେ ଉପ-ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରଠାରେ ଆୟୋଜିତ ‘ଶକ୍ତି ସମ୍ମିଳନୀ’ର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମହିଳାଙ୍କ ସୁରକ୍ଷା, ସଂରକ୍ଷଣ ଓ ସଶକ୍ତୀକରଣ ପାଇଁ ସାମୂହିକ ଉଦ୍ୟମକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀମାନେ ଏହି ସମ୍ମିଳନୀରେ ଏକତ୍ରିତ ହୋଇଛନ୍ତି। ସମାବେଶକୁ ସମ୍ବୋଧିତ କରି ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତିଯେ ମହିଳା ସୁରକ୍ଷା ଓ ମହିଳା ସଶକ୍ତୀକରଣକୁ ଭିନ୍ନ ଭିନ୍ନ ଭାବେ ଦେଖାଯାଇପାରିବ ନାହିଁ। ମଜବୁତ ଅନୁଷ୍ଠାନ, ପ୍ରଭାବଶାଳୀ…

ସୌମ୍ୟରଞ୍ଜନ ବେହେରାଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ମର୍ଯ୍ୟାଦାଜନକ ବିଜୁ ପଟ୍ଟନାୟକ କ୍ରୀଡ଼ା ଏବଂ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି।  ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପବିତ୍ର ଜୟନ୍ତୀରେ ତାଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀଙ୍କୁ ଜାତୀୟ କ୍ରୀଡ଼ା…