ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର : ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ପାରା ସନ୍ତରଣ ଦଳ ଏହି ପ୍ରତିଯୋଗିତାରେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ଯ ଓ ୧୩ଟି କାଂସ୍ଯ ସର୍ବମୋଟ ୩୯ଟି ପଦକ ହାସଲ କରିଛନ୍ତି। ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ପାରା ସନ୍ତରଣ ଦଳର କ୍ରୀଡ଼ାବିତ୍‌ମାନଙ୍କୁ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି। “ପାରା…

ଶିଶୁ ଅଧିକାରକୁ ନେଇ ଏକ ଜାତୀୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ବର: ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR) ଏବଂ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜସ୍ୱ ଅଧିକାରୀ ତାଲିମ ପ୍ରତିଷ୍ଠାନ (ROTI) ଠାରେ ଶିଶୁ ଅଧିକାର ସମସ୍ୟା ଉପରେ ଏକ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯଦୁମଣି ମାହାଲ, ଅତିରିକ୍ତ ଶାସନ ସଚିବ, ବବିତା ପାତ୍ର, ଅଧ୍ୟକ୍ଷ OSCPCR, ସଙ୍ଗୀତା ବେହେରା, ଏଡିଜି, ଓସେପା, ଡକ୍ଟର ମଧୁଲିକା ଶର୍ମା, ପ୍ରମୁଖ ଗବେଷଣା ଏବଂ ବୈଷୟିକ ବିଶେଷଜ୍ଞ, NCPCR,…

ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ଉପରେ ଜାତୀୟ ସମ୍ମିଳନୀ – 2025

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଲୋକସେବା ଭବନ କନଭେନସନ ହଲ ଠାରେ ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ସମ୍ପର୍କିତ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ଯୋଗଦେଇ କହିଲେ ଯେ  ଔଷଧୀୟ ଉଦ୍ଭିଦ ଉପରେ ଏହି ଜାତୀୟ ସମ୍ମିଳନୀର ଆୟୋଜନ  ଆମ ରାଜ୍ୟର ସାଂସ୍କୃତିକ ପରିଚୟ, ଏବଂ ଆମ ଓଡ଼ିଶା ପାଇଁ ଅତ୍ୟନ୍ତ ଗର୍ବର ବିଷୟ। ଏହି…

ଦେଶ ବିଦେଶର ଦୃଷ୍ଟି ଆକର୍ଷଣ କରୁଛି ଓଡିଶା ପାଭିଲିୟନ

ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ନଭେମ୍ବର ୧୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଖୋଲାଯାଇଥିବା ଓଡିଶା ପାଭିଲିୟନ ଦେଶ ବିଦେଶର ବୃହତ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସହିତ ବାଣିଜ୍ୟିକ ସମ୍ପର୍କ ସ୍ଥାପନ କରିବାରେ ସଫଳ ହୋଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ସାର୍ଥକତାକୁ ପ୍ରତିପାଦନ କରିବାକୁ ଯାଇ, ସ୍ଵଦେଶୀ ଜ୍ଞାନକୌଶଳରେ ଉତ୍ପାଦିତ ଓଡିଶାର କୃଷିଜାତ ସାମଗ୍ରୀ ଠାରୁ ଆରମ୍ଭ କରି ବୟନ ଓ…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ନୂଆଦିଲ୍ଲୀ/ଭୁବନେଶ୍ଵର : ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡିଶା ପାଭିଲିୟନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଓ ‘ଆତ୍ମନିର୍ଭର ଭାରତ’ ଆହ୍ଵାନ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ‘ଓଡ଼ିଶା ଭିଜନ ୨୦୩୬’ ଦୃଷ୍ଟିକୋଣର ଏକ ସମ୍ମିଳିତ ପ୍ରୟାସ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରକାଶ କରିଛନ୍ତି। ସୁଦୃଶ୍ୟ ହସ୍ତଶିଳ୍ପ ପାଇଁ ବିଶ୍ଵଦରବାରରେ ସୁପରିଚିତ ଓଡିଶା, ଆଜି ପୁଞ୍ଜିନିବେଶର ଏକ ଉପଯୁକ୍ତ କ୍ଷେତ୍ରର ପରିଚିତି ଲାଭ କରିଛି। ଯାହାକି, କୃଷିଜାତ…

ନଭେମ୍ବର ୧୪ରୁ ୨୭ ଯାଏଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ବିଶେଷ ଆକର୍ଷଣ ସାଜିଛି ‘ଓଡ଼ିଶା ମଣ୍ଡପ’। ଶୁକ୍ରବାର ଏହାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ‘ଓଡ଼ିଶା ମଣ୍ଡପ’ର ଆକର୍ଷଣୀୟ ଡିଜାଇନକୁ ପ୍ରଶଂସା କରିଥିଲେ।‘ଏଥର ‘ଓଡ଼ିଶା ମଣ୍ଡପ’ବେଶ୍‌ ଆକର୍ଷଣୀୟ ହୋଇଛି। ଏଠାରେ ରାଜ୍ୟର ଅନନ୍ୟ କଳା, ସଂସ୍କୃତି, ଐତିହ୍ୟ ସାଙ୍ଗକୁ କୃଷି, ଶିଳ୍ପ ଓ ବାଣିଜ୍ୟ ତଥା ରାଜ୍ୟର ସାମଗ୍ରିକ…

କଟକକୁ ତାରକସି ହବ ରେ ପରିଣତ କରାଯିବ

ଭୁବନେଶ୍ବର: ବାଲିଯାତ୍ରା ଓଡିଆ ଜାତିର ସାହସ, ଦୃଢସଙ୍କଳ୍ପ ଓ ସାମୁଦ୍ରିକ ବାଣିଜ୍ୟ ସଂସ୍କୃତିର ଜୀବନ୍ତ ସ୍ମୃତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରା ୨୦୨୫ ଅବସରରେ କହିଛନ୍ତି । କଟକର ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ଗୌରବମୟ ଇତିହାସର ଏକ ସୁନ୍ଦର ପରିଚୟ ହେଉଛି ବାଲିଯାତ୍ରା। ପୂର୍ବ ଭାରତର ସବୁଠାରୁ ବଡ଼ ସାଂସ୍କୃତିକ ବାଣିଜ୍ୟିକ ମେଳା,…

ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ। ଏହାର ସଂରକ୍ଷଣ ସହ ବୁଣାକାର ଓ କାରିଗରଙ୍କ ଆର୍ଥିକ ସମୃଦ୍ଧି ପାଇଁ ବଜାର ସଂଯୋଗ ଓ ସହଯୋଗର ଆବଶ୍ୟକତା ରହିଛି ବୋଲି ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି। ଭାରତ ସରକାରଙ୍କର ବୟନ ମନ୍ତ୍ରାଳୟ ପକ୍ଷରୁ ଭୁବନେଶ୍ଵର ହୋଟେଲ୍ ତାଜ୍ ଭିଭାନ୍ତାଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀର ଶୁଭ ଉଦ୍ଘାଟନ କରିବା ଅବସରରେ ସେ ଏହା କହିଛନ୍ତି।…

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ

କଟକ : କଟକସ୍ଥିତ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ) ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ତଥା ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ…

“ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି”

ଭୁବନେଶ୍ୱର: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଭିନ୍ନତାରେ ଏକତା ହେଉଛି ଭାରତର ଆତ୍ମା ଓ ଶକ୍ତି। ଜାତି, ଧର୍ମ,…