ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାରେ ଭାଗନେବେ ୨୨ ଦେଶର କ୍ରୀଡ଼ାବିତ୍‌

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ-୨୦୨୫ (28th ITTF-ATTU Asian Table Tennis Team Championships 2025) ର ଆୟୋଜନ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍‌ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍‌…

ଜାତୀୟ ମେଡିଏସନ୍‌ କର୍ମଶାଳା : ବିଚାରପତି ଓ ଭିଆଇପିଙ୍କ ପ୍ରୋଟୋକଲ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଅନେକ ବଡ଼ ବଡ଼ ଇଭେଣ୍ଟର ସଫଳ ପରିଚାଳନା କରିବାରେ ଓଡ଼ିଶା ଖୁବ୍‌ ଆଗରେ। ରାଜ୍ୟରେ କାର୍ଯ୍ୟରତ ଦକ୍ଷ ଅଧିକାରୀଙ୍କ ନିକଟରେ ଏଥିନେଇ ଅନେକ ଅଭିଜ୍ଞତା ରହିଛି। ତେଣୁ ନିଜର ଅଭିଜ୍ଞତାକୁ ଆଧାର କରି ଆସନ୍ତା ସେପେଫମ୍ବର ୨୮ରେ ହେବାକୁ ଥିବା ଜାତୀୟ ମେଡ଼ିଏସନ୍‌ କର୍ମଶାଳାକୁ ସଫଳ କରିବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୂଜା, ଅତିରିକ୍ତ ମୁଖ୍ୟ ଶାସନ…

ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରିପ୍ରେକ୍ଷୀରେ ପ୍ରସ୍ତୁତି ନେଇ ମୁଖ୍ୟଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକରି ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବାପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ବୈଠକ କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଲୋକସେବା ଭବନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସ୍ତିରୀକୃତ ହୋଇଥିବା ବିଭିନ୍ନ…

ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନିତ ହେଲା ଶିମିଳିପାଳର ବିରଳ କଳାବାଘ

ଭୁବନେଶ୍ୱର ତା :- ବନ୍ୟପ୍ରାଣୀ ସମ୍ପର୍କିତ ଚମତ୍କାର କଥାବସ୍ତୁ ଓ ଚିତାକର୍ଷକ ଚିତ୍ର ପାଇଁ ସାରା ବିଶ୍ୱରେ ବିଶେଷ ଆଦୃତ ଲାଭ କରିଥିବା ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର ଅକ୍ଟୋବର ସଂସ୍କରଣର ପ୍ରଚ୍ଛଦପୃଷ୍ଠାରେ ସ୍ଥାନିତ ହୋଇଛି ଶିମିଳିପାଳର ବିରଳ କଳାବାଘ। “The Tigers Who Changed Their Stripes” ଶୀର୍ଷକ କାହାଣୀଟି ଶିମିଳିପାଳ ଅଭୟାରଣ୍ୟର ବିରଳ କଳାବାଘ ଏବଂ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଦ୍ୱାରା ବାଘ ସ୍ଥାନାନ୍ତରଣ ପ୍ରକ୍ରିୟା ଉପରେ ପର୍ଯ୍ୟବେସିତ…

ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ ପଦକ ବିଜୟୀ

କଟକ: ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ  (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ  ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି।  OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ  ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ…

ଦେଶର ପ୍ରକୃତ ସମୃଦ୍ଧି ଅବହେଳିତ ସମ୍ପ୍ରଦାୟକୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦା ଏବଂ ସୁଯୋଗ ଦ୍ଵାରା ମପାଯାଏ- ରାଜ୍ୟପାଳ

ଭୁବନେଶ୍ଵର: ଦେଶର ପ୍ରକୃତ ସମୃଦ୍ଧି ସଂଖ୍ୟା କିମ୍ବା ଭିତ୍ତିଭୂମିରେ ମପାଯାଏ ନାହିଁ ବରଂ ଏହାର ସବୁଠାରୁ ଅବହେଳିତ ସମ୍ପ୍ରଦାୟକୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦା ଏବଂ ସୁଯୋଗ ଦ୍ଵାରା ମପାଯାଏ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ଅଗଷ୍ଟ 30 ତାରିଖ  ଦିନ ଲୋକସେବା ଭବନର କନଭେନସନ ହଲ ଠାରେ ଆୟୋଜିତ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ…

‘ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ସଦସ୍ୟ ଦଳମତରୁ ଉର୍ଦ୍ଧ୍ୱରେ ଥାଇ ବର୍ଗର ଉନ୍ନତି ପାଇଁ ନିଷ୍ପତ୍ତି ନିଅନ୍ତି’

ଭୁବନେଶ୍ୱର:  ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ବିର୍ଲା କହିଛନ୍ତି ଯେ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି…

ବସନ୍ତ କୁମାର ରଣା ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର: କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ମାଲକାନଗିରି ଶିକ୍ଷକ ବସନ୍ତ କୁମାର ରଣା ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର। ମାଲକାନଗିରି ଜିଲ୍ଲାର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା…

ଭାରତରତ୍ନ ଅଟଳଜୀ ସମସ୍ତଙ୍କ ପାଇଁ ଆଦର୍ଶ: ସଂସ୍କୃତି ମନ୍ତ୍ରୀ

ବୌଦ୍ଧ / ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା ଟାଉନ୍‌ ହଲ୍‌ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉତ୍ସବ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ପୂଜ୍ୟ ଅଟଳ ବିହାରୀ ବାଜପେୟୀଜୀଙ୍କର ଶ୍ରଦ୍ଧାଞ୍ଜଳି ଦିବସ। ମହାନ ଜନନାୟକ ଭାରତରତ୍ନ ଅଟଳଜୀଙ୍କୁ ମୁଁ ଭକ୍ତିପୂତ ପ୍ରମାଣ ଜଣାଉଛି। ଅଟଳଜୀଙ୍କ ସମ୍ପୂର୍ଣ୍ଣ ଜୀବନ ଭାରତ…

ଅଭିବାଦନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୭୯ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ପୁଲିସ ଡିଜି ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ସତ୍ୟବ୍ରତ…