ଓଡ଼ିଶାକୁ ମିଳିଲା ‘ପିଏମ୍ ସୂର୍ଯ୍ୟ ଘର’ ଜାତୀୟ ପୁରସ୍କାର

ଭୁବନେଶ୍ୱର: ସୌର ଶକ୍ତି କ୍ଷେତ୍ରରେ ଓଡ଼ିଶା ଦେଶରେ ଏକ ବଡ଼ ସଫଳତା ହାସଲ କରିଛି। କେନ୍ଦ୍ର ସରକାରଙ୍କ ‘ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ଅଧୀନରେ ଓଡ଼ିଶାକୁ ଜାତୀୟ ସ୍ତରରେ ଶ୍ରେଷ୍ଠ ପୁରସ୍କାର ମିଳିଛି। କେନ୍ଦ୍ର ନୂତନ ଓ ନବୀକରଣୀୟ ଶକ୍ତି ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ବିଶେଷ ଅଭିଯାନରେ ଓଡ଼ିଶା ଦେଶର ଅନ୍ୟ ସମସ୍ତ ରାଜ୍ୟକୁ ପଛରେ ପକାଇ ଦେଇଛି। ଘର ଛାତ ଉପରେ ସୌର ପ୍ରକଳ୍ପ (Rooftop Solar) ଲଗାଇବା କ୍ଷେତ୍ରରେ ଓଡ଼ିଶା, ସର୍ବାଧିକ…

ଗଞ୍ଜାମ ଜିଲ୍ଲାକୁ ତିନି ପ୍ରତିଷ୍ଠିତ ଜାତୀୟ ପୁରସ୍କାର

ଛତ୍ରପୁର: ପୁଣିଥରେ ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାକୁ ମିଳିଛି ୩ଟି ପ୍ରତିଷ୍ଠିତ ଜାତୀୟ ପୁରସ୍କାର। ଜିଲ୍ଲାର ୨ଟି ପଞ୍ଚାୟତ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଥିବା ବେଳେ ଗଞ୍ଜାମ ଜିଲ୍ଲା ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇବାର ଗୌରବ ହାସଲ କରିଛି। ସମଗ୍ର ରାଜ୍ୟରୁ ୪ଟି ପଞ୍ଚାୟତ ଏବଂ ଗୋଟିଏ ଜିଲ୍ଲା ଏହି ଜାତୀୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ସେଥିରୁ ୩ଟି ପୁରସ୍କାର ଏକାକୀ…

ଓଡ଼ିଶାର ସୁଦୃଢ଼ ପୂର୍ବ ସତର୍କୀକରଣ ଏବଂ ସଫଳ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାର ମଡେଲ୍ ପ୍ରଦର୍ଶିତ

ନୂଆଦିଲ୍ଲୀ/ପୁରୀ: ଭାରତର ବ୍ରିକ୍ସ୍ ୨୦୨୬ ଅଧ୍ୟକ୍ଷତା ଅଧୀନରେ ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍‌ଡିଏମ୍‌ଏ) ପକ୍ଷରୁ ଜୁନ୍ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ବ୍ରିକ୍ସ୍ ୨୦୨୬ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀ (ଡିଆର୍‌ଆର୍‌ଜି)ର ବୈଠକ ଆୟୋଜିତ ହେଉଛି।  “ପ୍ରତିରୋଧ କ୍ଷମତା, ନୂତନ ଜ୍ଞାନକୌଶଳ, ପାରସ୍ପରିକ ସହଯୋଗ ତଥା ସମନ୍ଵୟ ଏବଂ ନିରନ୍ତର ଧାରଣୀୟ ବିକାଶର ନିର୍ମାଣ”ଶୀର୍ଷକରେ ଆୟୋଜିତ ଏହି ବୈଠକରେ ବ୍ରିକ୍ସ୍ ସଦସ୍ୟ ରାଷ୍ଟ୍ର ବ୍ରାଜିଲ୍, ଚୀନ୍, ଇଜିପ୍ଟ, ଇଥିଓପିଆ,…

ପୁରୀରେ ହେବାକୁ ଥିବା BRICS ରାଷ୍ଟ୍ରସମୂହର ଦ୍ଵିତୀୟ ବୈଷୟିକ ବୈଠକରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଏବଂ ବିଶେଷଜ୍ଞବୃନ୍ଦ

ଭୁବନେଶ୍ୱର: ଭାରତର BRICS ଅଧ୍ୟକ୍ଷତା ଅଧୀନରେ ଆୟୋଜିତ ହେବାକୁ ଥିବା “Disaster Risk Reduction Working Group” (DRRWG)ର ବୈଷୟିକ ବୈଠକ ଆସନ୍ତା ୩ ରୁ ୫ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଓଡ଼ିଶାର ପୁରୀରେ ତାଜ୍ ପୁରୀ ରିସୋର୍ଟଠାରେ ଅନୁଷ୍ଠିତ ହେବ। ଏହାର ସଫଳ ଆୟୋଜନ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଲୋକସେବା ଭବନଠାରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତିl ଏହି ଅବସରରେ ‘ଅତିଥି ଦେବୋ ଭବ’ରେ ବିଶ୍ବାସ ରଖୁଥିବା ଆମ…

ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ: ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ…

ଗ୍ରାମୀଣ ସଂଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ଓଡ଼ିଶା ସମ୍ମାନିତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସୱାଇ)ର ସଫଳ କାର୍ଯ୍ୟାନ୍ୱୟନ ଏବଂ ଗ୍ରାମୀଣ ସଂଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ଓଡ଼ିଶାକୁ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ସ୍ତରରେ ସମ୍ମାନିତ କରାଯାଇଛି। ମଧ୍ୟପ୍ରଦେଶର ସିହୋରଠାରେ ମେ ୧୦ ତାରିଖରେ ଆୟୋଜିତ ପିଏମଜିଏସୱାଇ ର ୨୫ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ମଧ୍ୟପ୍ରଦେଶର ମାନ୍ୟବର ମୁଖ୍ୟମନ୍ତ୍ରୀ ଡ….

ପଶ୍ଚିମର ପ୍ରହରୀ ସୋମନାଥ ଓ ପୂର୍ବର ଅଜେୟ ଶକ୍ତି ଲିଙ୍ଗରାଜ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଏକାମ୍ର କ୍ଷେତ୍ରସ୍ଥ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଏକ ଆଧ୍ୟାତ୍ମିକ ପରିବେଶରେ  ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣରେ ସୋମନାଥ ଓ ଲିଙ୍ଗରାଜଙ୍କ ମଧ୍ୟରେ ଥିବା ଏକ ଅଦୃଶ୍ୟ ଓ ଗଭୀର ସମ୍ପର୍କ ଉପରେ ଆଲୋକପାତ କରି କହିଥିଲେ ସୋମନାଥ ଯଦି ଭାରତର ପଶ୍ଚିମ ପ୍ରହରୀ, ତେବେ ଲିଙ୍ଗରାଜ ହେଉଛନ୍ତି ପୂର୍ବର…

ଭାରତର ପ୍ରକୃତ ଶକ୍ତି ଏହାର ବିବିଧତା ମଧ୍ୟରେ ନିହିତ ଏକତାରେ ଅଛି : ରାଜ୍ୟପାଳ

ଭୁବନେଶ୍ୱର: ଭାରତର ପ୍ରକୃତ ଶକ୍ତି ଏହାର ବିବିଧତା ମଧ୍ୟରେ ନିହିତ ଏକତାରେ ଅଛି ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ଶୁକ୍ରବାର ଦିନ ଲୋକଭବନର ନ୍ୟୁ ଅଭିଷେକ୍ ହଲ୍‌ରେ ଆୟୋଜିତ ଗୁଜରାଟ ଓ ମହାରାଷ୍ଟ୍ର ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ସମାରୋହରେ ରାଜ୍ୟପାଳ ଏହା କହିଛନ୍ତିI ଏହି ଅବସରରେ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟପାଳ ଜନସାଧାରଣଙ୍କୁ ପରସ୍ପର…

ଶ୍ରେଷ୍ଠତା ଏବଂ ନବସୃଜନ  କ୍ଷେତ୍ରରେ ଓଡ଼ିଶା ପର୍ଯ୍ୟଟନକୁ ଦୁଇଟି ସମ୍ମାନଜନକ ପୁରସ୍କାର

ଭୁବନେଶ୍ୱର: ଜୟପୁରଠାରେ ଆୟୋଜିତ ‘ଗ୍ରେଟ୍ ଇଣ୍ଡିଆନ୍ ଟ୍ରାଭେଲ୍ ବାଜାର’ (GITB) ରେ ଓଡ଼ିଶା ପର୍ଯ୍ୟଟନ ଦୁଇଟି ସମ୍ମାନଜନକ ପୁରସ୍କାର ହାସଲ କରିଛି। ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ, ନୀତିଗତ ସହାୟତା ଏବଂ ପର୍ଯ୍ୟଟନ ସ୍ଥଳୀର ପ୍ରଚାର ପ୍ରସାର କ୍ଷେତ୍ରରେ ନିରନ୍ତର ପ୍ରୟାସ ପାଇଁ ରାଜ୍ୟକୁ “ଆଉଟ୍ସ୍ତାଣ୍ଡିଂ କଣ୍ଟ୍ରିବ୍ୟୁସନ୍ ଇନ୍ ଟୁରିଜିମ୍ ଡେଭଲପ୍ମେଣ୍ଟ” ବର୍ଗରେ ‘ଟ୍ରାଭେଲ ଆଣ୍ଡ ଟୁରିଜିମ୍ ଏକ୍ସଲେନ୍ସ ଆୱାର୍ଡ ୨୦୨୬’ ପ୍ରଦାନ କରାଯାଇଛି। ଏହା ବ୍ୟତୀତ ଓଡ଼ିଶା ପର୍ଯ୍ୟଟନ ପାଭିଲିୟନର ଆକର୍ଷଣୀୟ ଡିଜାଇନ୍ ଏବଂ ଅଭିନବ ଉପସ୍ଥାପନା…

ଭୁବନେଶ୍ୱରରେ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଭୁବନେଶ୍ୱର : ଓଡ଼ିଶା ଜିମ୍ନାଷ୍ଟିକ୍ ଆସୋସିଏସନ (OGA) ପକ୍ଷରୁ ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମଠାରେ ଆସନ୍ତା ଏପ୍ରିଲ ୨୫ ରୁ ମେ ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍ ବିଷୟରେ ଏଠାରେ ସୂଚନା ଦିଆଯାଇଛି। ଏହି ପ୍ରତିଯୋଗିତା ଓଡ଼ିଶା ଜିମ୍ନାଷ୍ଟିକ୍ ଆସୋସିଏସନ, ଭାରତୀୟ ଜିମ୍ନାଷ୍ଟିକ୍ ଫେଡେରେସନ୍ (GFI) ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗର ମିଳିତ…