ଛାତ୍ର ସଂସଦ ନିର୍ବାଚନକୁ ଶାନ୍ତି ଓ ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର…

୩ଟି ବିଶ୍ୱ ବିଦ୍ୟାଳୟ ଓ ୨୦୨ଟି ମହାବିଦ୍ୟାଳୟ ଚୟନ ପଦ୍ଧତିରେ ବାଛିବେ ଛାତ୍ରନେତା

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଛାତ୍ରନେତା ନିର୍ବାଚନ କରିବା (Election) ବା ଛାତ୍ରନେତା ଚୟନ (selection) କରିବା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଅକ୍ଟୋବର ୭ ତାରିଖ ରାତି ୮ ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ, ୩୨୮ଟି ମହାବିଦ୍ୟାଳୟ ଓ ୧୩ ଟି ବିଶ୍ୱ ବିଦ୍ୟାଳୟ, ସର୍ବମୋଟ…

ଛାତ୍ର ସଂସଦ ନିର୍ବାଚନ ପ୍ରସ୍ତୁତିକୁ ନେଇ ଉଚ୍ଚଶିକ୍ଷା ସଚିବଙ୍କ ବୈଠକ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କରେ ଚଳିତ ଶିକ୍ଷାବର୍ଷ ୨୦୨୬-୨୭ରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସରକାରୀ ବିଶ୍ୱ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଉଚ୍ଚଶିକ୍ଷାନୁଷ୍ଠାନମାନେ ନିଜର…

ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ବାଚସ୍ପତିଙ୍କ ଯୋଗଦାନ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ। ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ ୧୪.୫ ଲକ୍ଷରୁ ଅଧିକ ମହିଳା ନିର୍ବାଚିତ ପ୍ରତିନିଧି ଭାବରେ କାର୍ଯ୍ୟ କରୁଛନ୍ତି, ଯାହା ମୋଟ ପ୍ରତିନିଧିଙ୍କ ପ୍ରାୟ ୪୬ ପ୍ରତିଶତ। ଭାରତର ଅନୁଷ୍ଠାନଗୁଡ଼ିକରେ ମହିଳାମାନେ କେବଳ ଅଂଶଗ୍ରହଣ କରନ୍ତି ନାହିଁ, ବରଂ ଦକ୍ଷତାର ସହ କାର୍ଯ୍ୟ କରନ୍ତି ଏବଂ ନେତୃତ୍ୱ ନିଅନ୍ତି। ଲୋକସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାଙ୍କ…

ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି

ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସମ୍ପନ୍ନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରାଯାଇଛି। ପୂର୍ବରୁ ବିଭାଗ ପକ୍ଷରୁ ଜାରି ହୋଇଥିବା କାର୍ଯ୍ୟସୂଚୀର ଆଂଶିକ ସଂଶୋଧନ କରାଯାଇ ଏହି ସଂଶୋଧିତ କାର୍ଯ୍ୟସୂଚୀ ସମ୍ପର୍କରେ ବୌଦ୍ଧ ଜିଲ୍ଲାକୁ ବାଦ ଦେଇ ସମସ୍ତ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି।…

‘୧୯୪୨ର ଭାରତ ଛାଡ଼ ଆନ୍ଦୋଳନ ଦେଶ ସ୍ୱାଧୀନତା ସଂଗ୍ରାମର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ’

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଅଗଷ୍ଟ କ୍ରାନ୍ତି ଦିବସ ପାଳନ ଅବସରରେ ଅବସର ପ୍ରାପ୍ତ ପ୍ରାଧ୍ୟାପକ, ନ୍ୟାସନାଲ ଡିଫେନ୍ସ ଏକାଡେମୀ ଡ଼. ହରିହର ପଣ୍ଡା ଓ ପ୍ରାକ୍ତନ ମୁଖ୍ୟ ଆୟକର କମିଶନର, ଓଡ଼ିଶା, ବିହାର ଓ ଝାରଖଣ୍ଡ ମନୋରଞ୍ଜନ ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇଥିଲେ। ଶ୍ରୀ ପାଣିଗ୍ରାହୀ ନିଜର ଅଭିଭାଷଣରେ କହିଥିଲେ ଯେ, ୧୯୪୨ ମସିହାର ଭାରତ ଛାଡ଼ ଆନ୍ଦୋଳନ ଦେଶର ସ୍ୱାଧୀନତା ସଂଗ୍ରାମର ଏକ ଗୁରୁତ୍ୱପୂର୍ଣ୍ଣ…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନ, ସାହସ, କରୁଣା ଓ ନିଃସ୍ୱାର୍ଥପର ସେବା ପିଢ଼ି ପିଢ଼ିକୁ  ପ୍ରେରଣା ଯୋଗାଇବ: ରାଜ୍ୟପାଳ

ଭୁବନେଶ୍ୱର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନ ସାହସ, କରୁଣା ଓ ନିଃସ୍ୱାର୍ଥପର ସେବା ପିଢ଼ି ପିଢ଼ିକୁ ପ୍ରେରଣା ଯୋଗାଇବ ବୋଲି ବୋଲି ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି I ମଙ୍ଗଳବାର ଦିନ କଟକ ସହିଦ ଭବନଠାରେ ଲୋକ ସେବକ ମଣ୍ଡଳ ଓ ସମାଜର ମିଳିତ ଆନୁକୂଲ୍ୟରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ବର୍ଷିକୀ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ରାଜ୍ୟପାଳ ଏହା କହିଛନ୍ତି। ଉତ୍କଳମଣି ପଣ୍ଡିତ…

ତ୍ୱରାନ୍ୱିତ ହେଉଛି ପରିଗଣନା ଡିଜିଟାଇଜେସନ୍

ଭୁବନେଶ୍ୱର:  ରାଜ୍ୟରେ ଭୋଟର ତାଲିକାର ‘ସ୍ୱତନ୍ତ୍ର ସଘନ ସଂଶୋଧନ’ କାର୍ଯ୍ୟକ୍ରମ ତ୍ୱରିତ ପର୍ଯ୍ୟାୟରେ ରେକର୍ଡ ସଂଖ୍ୟକ ୯୮.୬୫ ପ୍ରତିଶତ ରେ ପହଞ୍ଚିଛି। ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କାର୍ଯ୍ୟ ପ୍ରାୟ ଶେଷ ହୋଇଥିବାବେଳେ ବର୍ତ୍ତମାନ ପରିଗଣନା ଫର୍ମଗୁଡ଼ିକର ଡିଜିଟାଇଜେସନ୍‌ ଉପରେ ଗୁରୁତ୍ୱ ଦିଆଯାଉଛି। ବୁଥ୍ ସ୍ତରୀୟ ଅଧିକାରୀ ମାନେ ଘରକୁ ଘର ବୁଲି ପରିଗଣନା ଫର୍ମ ସଂଗ୍ରହ କରିବା ପରେ ସେଗୁଡ଼ିକୁ ଅନଲାଇନ୍ ମାଧ୍ୟମରେ ଡିଜିଟାଇଜ୍ କରୁଛନ୍ତି। ତେଣୁ ଯେଉଁ ଭୋଟରମାନେ ଏପର୍ଯ୍ୟନ୍ତ ନିଜର ପରିଗଣନା…

ରାଜ୍ୟରେ ପ୍ରଥମ ଦିନରେ ୨ଲକ୍ଷ ୫୯ହଜାର ୧୬୬ ଜଣ ଭୋଟରଙ୍କୁ ପରିଗଣନା ଫର୍ମ ବଣ୍ଟନ

ଭୁବନେଶ୍ୱର: ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏହି ପ୍ରକ୍ରିୟାକୁ ବ୍ୟାପକ କରାଯାଇଛି। ସମସ୍ତ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ )ନିଜ ନିଜ ଅଞ୍ଚଳରେ ଘରକୁ ଘର ବୁଲି ଭୋଟରମାନଙ୍କ ତଥ୍ୟ ଯାଞ୍ଚ କରୁଛନ୍ତି।ଯୋଗ୍ୟ  ଭୋଟରଙ୍କୁ ଚିହ୍ନଟ କରିବା ସହ ସେମାନଙ୍କୁ ସ୍ୱତନ୍ତ୍ର ପରିଗଣନା ଫର୍ମ ବଣ୍ଟନ କରାଯାଉଛି।ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ମୃତ କିମ୍ବା ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍…

ସମ୍ବିଧାନର ୧୦ମ ଅନୁସୂଚୀ ଅନୁଯାୟୀ ବାଚସ୍ପତିଙ୍କ ଭୂମିକା ଉପରେ ବିଚାର ବିମର୍ଷ

ଭୁବନେଶ୍ୱର: ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ “ବାଚସ୍ପତି କମିଟି ସମ୍ମିଳନୀ”ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକରଙ୍କ ଅଧ୍ୟକ୍ଷତାରେ ଏବଂ ଓଡ଼ିଶାର ବାଚସ୍ପତି ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ବୈଠକରେ କର୍ଣ୍ଣାଟକର ବାଚସ୍ପତି ୟୁ.ଟି. ଖାଦିର ଫରିଦ୍‌, ନାଗାଲାଣ୍ଡର ବାଚସ୍ପତି ସାରିଙ୍ଗେନ୍‌ ଲଙ୍ଗକୁମେର ଯୋଗ ଦେଇଥିଲେ। ଏହି ଅବସରରେ ଅଧ୍ୟକ୍ଷତା କରି ବାଚସ୍ପତି ନରୱେକର ସମ୍ମିଳନୀର ଆଭିମୁଖ୍ୟ ସମ୍ପର୍କରେ…