ନୂଆପଡା :୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦିତା

ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ନେଇ ଆଜି ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏବଂ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଦିବା ୧୧ ଘଟିକାରୁ  ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା। ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି। ଅତଏବ, ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପନିର୍ବାଚନରେ ହେବ ପ୍ରତିଦ୍ୱନ୍ଦିତା।  ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ,…

ନୂଆପଡା ଉପନିର୍ବାଚନ ପାଇଁ ଭୋଟିଂ ମେସିନ୍, ଇଭିଏମ୍ ଓ ଭିଭିପାଟର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ

ନୂଆପଡା : ନୂଆପଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ (Assembly Constituency) ୭୧ ର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଅସମୟ ଦେହାନ୍ତ ପରେ ଏଠାରେ ଉପ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିl ଏହି କ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଇଭିଏମ୍ ଓ ଭିଭିପାଟ ଗୋଦାମ ଗୃହରେ ସଂରକ୍ଷିତ ଥିବା ୟୁନିଟ ଗୁଡିକର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ ହୋଇଛିl ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ, ଅତିରିକ୍ତ ଶାସନ…

ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି…

ଓଡ଼ିଶା ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି। ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ। ଏଠାରେ ସୂଚନାଯୋଗ୍ୟ ଯେ ପୁରାତନ ଅତିଥି ଭବନରେ ୨୩ଟି ରୁମ୍‌ ଥିବାବେଳେ ଏବେ ସ୍ଥାନାଭାବର ସମସ୍ୟା ଦେଖାଦେଉଛି। ଏଥିପାଇଁ ୩ କୋଟି ୮ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବ୍ୟୟରେ ସମ୍ପ୍ରସାରିତ…

ଭାରତରତ୍ନ ଅଟଳଜୀ ସମସ୍ତଙ୍କ ପାଇଁ ଆଦର୍ଶ: ସଂସ୍କୃତି ମନ୍ତ୍ରୀ

ବୌଦ୍ଧ / ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା ଟାଉନ୍‌ ହଲ୍‌ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉତ୍ସବ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ପୂଜ୍ୟ ଅଟଳ ବିହାରୀ ବାଜପେୟୀଜୀଙ୍କର ଶ୍ରଦ୍ଧାଞ୍ଜଳି ଦିବସ। ମହାନ ଜନନାୟକ ଭାରତରତ୍ନ ଅଟଳଜୀଙ୍କୁ ମୁଁ ଭକ୍ତିପୂତ ପ୍ରମାଣ ଜଣାଉଛି। ଅଟଳଜୀଙ୍କ ସମ୍ପୂର୍ଣ୍ଣ ଜୀବନ ଭାରତ…

ରାଜ୍ୟରେ ସୃଷ୍ଟି ହେବ ଅଧିକ ୬୩୫୮ ବୁଥ

ଭୁବନେଶ୍ଵର: ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ.  ଗୋପାଳନ ବିଭିନ୍ନ ସିକୃତିପ୍ରାପ୍ତ ରାଜନୈତିକ ଦଳ ଗୁଡିକ ସହ ବୈଠକ କରିଛନ୍ତି। ଏହି ବୈଠକରେ ରାଜ୍ୟରେ ଅଧିକ ଛଅ ହଜାର ତିନିଶହ ଅଠାବନ ବୁଥ ସୃଷ୍ଟି ଏବଂ ବୁଥ ସ୍ତରୀୟ ଏଜେଣ୍ଟ (BLA)ଙ୍କୁ ନିଯୁକ୍ତ ବେଳେ ଆବେଦନ ଫର୍ମ(BLA-2)ରେ ଫଟୋ ଏବଂ ମୋବାଇଲ ନମ୍ବର ନିଶ୍ଚିତ ଦେବାକୁ ପଡିବ ବୋଲି ସେ ଉପସ୍ଥିତ ରାଜନୈତିକ ଦଳ ଗୁଡିକର ସଦସ୍ୟଙ୍କୁ କହିଥିଲେ। ଭୋଟରଙ୍କ ସୁବିଧା ତଥା ଭିଡ କମାଇବା ସକାଶେ…