ଭବ୍ୟ ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ଦିନ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସହ ସାମିଲ ହୋଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଭବ୍ୟ ରଥଯାତ୍ରାରେ ଯୋଗ ଦେଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି ରାଜ୍ୟପାଳ ଓଡ଼ିଶାବାସୀଙ୍କ ଶାନ୍ତି, ସମୃଦ୍ଧି ଓ ସୁଖମୟ ଜୀବନ ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।…

‘ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ସହଯୋଗ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କ ପାଇଁ  ଆଧ୍ୟାତ୍ମିକ ଅନୁଭୂତି ସୃଷ୍ଟି କରିବ’

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଓଡ଼ିଶାକୁ ବୌଦ୍ଧ ଐତିହ୍ୟ, ଆଧ୍ୟାତ୍ମିକତା, ଗବେଷଣା ଏବଂ ସାଂସ୍କୃତିକ ପର୍ଯ୍ୟଟନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ମାନ୍ୟତାପ୍ରାପ୍ତ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ…

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ଅଧୀନରେ ୧୫ ଜୁଲାଇ ୨୦୨୬ ରୁ ୧୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି। ଗଣମାଧ୍ୟମକୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ ବରିଷ୍ଠ ନାଗରିକମାନେ ଯେପରି ସମ୍ମାନ, ସୁରକ୍ଷା ଏବଂ ସରକାରୀ ସହାୟତା ସହିତ ଦେଶର ବିଭିନ୍ନ ପବିତ୍ର ଧାର୍ମିକ ସ୍ଥଳୀ ଭ୍ରମଣ କରିପାରିବେ, ତାହା ନିଶ୍ଚିତ କରିବା…

ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି – ଆରକ୍ଷୀ ମହାନିର୍ଦ୍ଦେଶକ

ପୁରୀ : ଆସନ୍ତା ୧୬ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଟାଉନ୍‌ହଲ୍ ପରିସରରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି।…

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତଙ୍କ ସହଯୋଗ ଓ ସମ୍ମିଳିତ ଭାବେ କାର୍ଯ୍ୟ କରି,ଉନ୍ନତ ସେବା ଯୋଗାଇ ଶୃଙ୍ଖଳିତ ରଥଯାତ୍ରାକୁ ସଫଳ କରିବା ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ। ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ନଗର ଉନ୍ନୟନ…

ରାଜ୍ୟପାଳ ମହେନ୍ଦ୍ରଗିରି ମେଳାରେ ଯୋଗ ଦେଲେ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ସୋମବାର ଦିନ ଗଜପତି ଜିଲ୍ଲାର ଜିରାଙ୍ଗସ୍ଥିତ ଶାନ୍ତ ପରିବେଶରେ ଅବସ୍ଥିତ ବୌଦ୍ଧ ମଠ ପରିଦର୍ଶନ କରି ଭଗବାନ ବୁଦ୍ଧଙ୍କୁ ପ୍ରାର୍ଥନା କରି ବିଶ୍ୱଶାନ୍ତି, ସମୃଦ୍ଧି ଏବଂ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି। ଏହି ଅବସରରେ ମଠର ସାଧୁସନ୍ଥ ଓ ସ୍ଥାନୀୟ ବାସିନ୍ଦାମାନେ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇଥିଲେ। ଏହି ପରିଦର୍ଶନ ସମୟରେ ରାଜ୍ୟପାଳ ମଠ ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କର ମତାମତ ଓ…

ସଂସ୍କୃତି ବିଭାଗ ପକ୍ଷରୁ ସମ୍ବଲପୁର ଶୀତଳ ଷଷ୍ଠୀ ପାଇଁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟିଙ୍କୁ ୧ କୋଟି ୮ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସଂସ୍କୃତି ମନ୍ତ୍ରୀ…

ପଶ୍ଚିମର ପ୍ରହରୀ ସୋମନାଥ ଓ ପୂର୍ବର ଅଜେୟ ଶକ୍ତି ଲିଙ୍ଗରାଜ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଏକାମ୍ର କ୍ଷେତ୍ରସ୍ଥ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଏକ ଆଧ୍ୟାତ୍ମିକ ପରିବେଶରେ  ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣରେ ସୋମନାଥ ଓ ଲିଙ୍ଗରାଜଙ୍କ ମଧ୍ୟରେ ଥିବା ଏକ ଅଦୃଶ୍ୟ ଓ ଗଭୀର ସମ୍ପର୍କ ଉପରେ ଆଲୋକପାତ କରି କହିଥିଲେ ସୋମନାଥ ଯଦି ଭାରତର ପଶ୍ଚିମ ପ୍ରହରୀ, ତେବେ ଲିଙ୍ଗରାଜ ହେଉଛନ୍ତି ପୂର୍ବର…

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ କଲ୍ୟାଣ ପାଇଁ ସ୍ୱତନ୍ତ୍ର ପ୍ରସ୍ତାବ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ଓ ରୋଷଶାଳା ମରାମତି, ଉଜ୍ଜ୍ଵଳ ଆଲୋକୀକରଣ ବ୍ୟବସ୍ଥା, ସେବାୟତ ପାଇଁ ସ୍ୱତନ୍ତ୍ର ତାଲିମ୍‌ କାର୍ଯ୍ୟକ୍ରମ, ହୁଣ୍ଡି ପରିଚାଳନା, ଜମି ସମସ୍ୟା…

ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା ଓ ୩୦ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଦିନ ଭୋର ୪ ଘଟିକାରୁ ସାଢେ ଚାରି ଘଟିକା ପର୍ଯ୍ୟନ୍ତ ମଙ୍ଗଳ ଆଳତୀ ଓ ଅବକାଶ, ପରେ ପରେ ୫ ଘଟିକା ପର୍ଯ୍ୟନ୍ତ ସାହଣମେଲା ଦର୍ଶନ…