ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ବିଜୟା ଦଶମୀ ଅବସରରେ ରାଜ୍ୟର ପ୍ରଥମ ମହିଳା ଲୀଳା ଦେବୀଙ୍କ ସହ ଭୁବନେଶ୍ୱରସ୍ଥିତ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ ପରିଦର୍ଶନ କରିବା ସହ ଅନ୍ତେବାସୀଙ୍କ ସହ ଭାବ ବିନିମୟ କରିଛନ୍ତି। ଏହି ଅବସରରେ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ର କର୍ତ୍ତୃପକ୍ଷ ରାଜ୍ୟପାଳ ଓ ପ୍ରଥମ ମହିଳାଙ୍କୁ ସ୍ୱାଗତ କରିଥିଲେ। ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଥିଲେ। ପିଲାମାନଙ୍କୁ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ,…

ଲିଙ୍ଗରାଜ ମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି  ନେଇ ପ୍ରସ୍ତାବ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ମରାମତି ସହ ବିଭିନ୍ନ ବିଷୟରେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ସହ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହିତ ପୂର୍ବ କାଳରେ ହେଉଥିବା…

ବଦଳିବ ଶ୍ରୀକ୍ଷେତ୍ରର ଚେହେରା: ବ୍ରିଜ୍‌, ବେଳାଭୂମି ଓ ମନ୍ଦିର ସୌନ୍ଦର୍ଯ୍ୟକରଣର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀକୁ ଏକ ବିଶ୍ୱସ୍ତରୀୟ ଐତିହ୍ୟ ଓ ପର୍ଯ୍ୟଟନ ସହର ଭାବେ ଗଢ଼ିତୋଳିବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନୀତିକାନ୍ତି ଏବଂ ସେବାୟତମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ସମସ୍ତ ପ୍ରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଥିବା ଏହି ବୈଠକରୁ ପ୍ରକାଶ ପାଇଛି। ଏହି…

ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅମୃତ ମଣୋହି ଜମି କିସମ ପରିବର୍ତ୍ତନ ପାଇଁ ଆସିଥିଲା, ଶେଷରେ ଜମି ଫେରିଲା ମହାପ୍ରଭୁଙ୍କ ନାମରେ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି—ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା ବ୍ୟକ୍ତିଗତ ନାମ ଏବଂ ହେଲା ବିକ୍ରୟ। କିସମ ପରିବର୍ତ୍ତନ ଓ ନିଜସ୍ୱ ଅଧିକାରର ଦାବିକୁ ନେଇ ବିଷୟ ଯାଇ ପହଞ୍ଚିଲା ଓଡ଼ିଶା ରାଜସ୍ୱ ପର୍ଷଦରେ। ଶେଷରେ ରାଜସ୍ୱ ପର୍ଷଦର ହସ୍ତକ୍ଷେପରେ ମହାପ୍ରଭୁଙ୍କ ଅମୃତ ମଣୋହି ଜମିର ମୂଳ ସ୍ଥିତି ପୁଣି ସ୍ପଷ୍ଟ ହୋଇଛି। ଯେଉଁ ଜମିକୁ ବ୍ୟକ୍ତିଗତ ରେକର୍ଡରେ…

ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଖୁବ ଶୀଘ୍ର ପ୍ରସ୍ତୁତ ହେବ ପାଇଲଟ ମଡେଲ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିର ପ୍ରତି ସାରା ବିଶ୍ୱବାସୀଙ୍କ ଅହେତୁକ ଭକ୍ତି ଓ ଆଗ୍ରହ ରହିଛିI ତେଣୁ ପ୍ରତି ବର୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛିI ବିଶେଷ କରି ଛୁଟି ଦିନ ମାନଙ୍କରେ ଏହି ସଂଖ୍ୟା ବହୁଗୁଣିତ ହେଉଛିI ଏହାକୁ ଦୃଷ୍ଟିରେ ରଖି ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ସୁନିଶ୍ଚିତ କରିବା ଲାଗି ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ…

‘ଗୋବର୍ଦ୍ଧନ ପୀଠର ଐତିହ୍ୟ ରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ’

ଭୁବନେଶ୍ୱର: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀର ଆଧ୍ୟାତ୍ମିକ ଗରିମାକୁ ବଢ଼ାଇବା ସହ ପୀଠର ସମ୍ପତ୍ତିର ସୁରକ୍ଷା ପାଇଁ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ପୀଠର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ପୁରୀ ସ୍ୱର୍ଗଦ୍ୱାର ସମ୍ମୁଖ ବେଳାଭୂମିରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ପବିତ୍ର ‘ସନ୍ଧ୍ୟା ମହୋଦଧି ଆରତୀ’ଉପରେ…

ଭବ୍ୟ ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ଦିନ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସହ ସାମିଲ ହୋଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଭବ୍ୟ ରଥଯାତ୍ରାରେ ଯୋଗ ଦେଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି ରାଜ୍ୟପାଳ ଓଡ଼ିଶାବାସୀଙ୍କ ଶାନ୍ତି, ସମୃଦ୍ଧି ଓ ସୁଖମୟ ଜୀବନ ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।…

‘ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ସହଯୋଗ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କ ପାଇଁ  ଆଧ୍ୟାତ୍ମିକ ଅନୁଭୂତି ସୃଷ୍ଟି କରିବ’

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଓଡ଼ିଶାକୁ ବୌଦ୍ଧ ଐତିହ୍ୟ, ଆଧ୍ୟାତ୍ମିକତା, ଗବେଷଣା ଏବଂ ସାଂସ୍କୃତିକ ପର୍ଯ୍ୟଟନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ମାନ୍ୟତାପ୍ରାପ୍ତ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ…

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ଅଧୀନରେ ୧୫ ଜୁଲାଇ ୨୦୨୬ ରୁ ୧୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି। ଗଣମାଧ୍ୟମକୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ ବରିଷ୍ଠ ନାଗରିକମାନେ ଯେପରି ସମ୍ମାନ, ସୁରକ୍ଷା ଏବଂ ସରକାରୀ ସହାୟତା ସହିତ ଦେଶର ବିଭିନ୍ନ ପବିତ୍ର ଧାର୍ମିକ ସ୍ଥଳୀ ଭ୍ରମଣ କରିପାରିବେ, ତାହା ନିଶ୍ଚିତ କରିବା…

ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି – ଆରକ୍ଷୀ ମହାନିର୍ଦ୍ଦେଶକ

ପୁରୀ : ଆସନ୍ତା ୧୬ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଟାଉନ୍‌ହଲ୍ ପରିସରରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି।…