ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ପାଳିତ
ଭୁବନେଶ୍ୱର: ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ। ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ…
