ଭବିଷ୍ୟତର ଆଞ୍ଚଳିକ ପରିବହନ ବ୍ୟବସ୍ଥାର ଯୋଜନା ପ୍ରସ୍ତୁତିରେ ନାଗରିକଙ୍କ ମତାମତ ଓ ଅଂଶଗ୍ରହଣକୁ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ “ଗତିଶୀଳ ଓଡିଶା” ଅଭିଯାନ ଅଧୀନରେ ଭୁବନେଶ୍ୱର–କଟକ–ପୁରୀ–ପାରାଦୀପ ଆର୍ଥିକ ଅଞ୍ଚଳ (ବିକେପିପିଇଆର) ପାଇଁ ସମନ୍ୱିତ ଆଞ୍ଚଳିକ ଗମନାଗମନ ଯୋଜନା ପ୍ରସ୍ତୁତି ନିମନ୍ତେ ଆସନ୍ତା ନଭେମ୍ବର ୨୩, ୨୦୨୬ରୁ ଏକ ବ୍ୟାପକ ଘରୋଇ ଯାତ୍ରା ସର୍ବେକ୍ଷଣ ଆରମ୍ଭ କରାଯିବ। ଏହି ସର୍ବେକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଞ୍ଚଳବାସୀଙ୍କ ଦୈନନ୍ଦିନ ଯାତାୟାତର ଆବଶ୍ୟକତା, ଯାତ୍ରାର ଧାରା ଏବଂ ଗମନାଗମନ ସମ୍ପର୍କିତ ସମସ୍ୟାଗୁଡ଼ିକୁ ବୁଝିବା। ଏଥିରୁ ମିଳିବାକୁ ଥିବା ତଥ୍ୟ…

ଓଡ଼ିଶାର ଚିଠା ସହରାଞ୍ଚଳ ପାର୍କିଂ ନୀତି-୨୦୨୬ ପ୍ରକାଶ: ଯାନବାହନ ଭିଡ଼ ହ୍ରାସ, ଫୁଟପାଥକୁ ଅବରୋଧମୁକ୍ତ ରଖିବ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନୂଆ ସହରାଞ୍ଚଳ ପାର୍କିଂ ନୀତି-୨୦୨୬ର ଚିଠା ପ୍ରକାଶ କରାଯାଇଛି। ଏହାକୁ ବିଭାଗର ଅଫିସିଆଲ୍ ୱେବସାଇଟ୍ https://urban.odisha.gov.in/en ରେ ପ୍ରକାଶ କରାଯାଇଛି। ସହରାଞ୍ଚଳରେ ଯାନବାହନ ଭିଡ଼ ହ୍ରାସ କରିବା, ଫୁଟପାଥକୁ ଅବରୋଧମୁକ୍ତ ରଖିବା ଏବଂ ରାସ୍ତାରେ ଯାତାୟାତକୁ ଅଧିକ ସୁଗମ କରିବା ଏହି ନୀତିର ମୁଖ୍ୟ ଉଦ୍ଦେଶ୍ୟ। ଏହି ନୀତି ଅନୁଯାୟୀ, ସହରାଞ୍ଚଳର ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡ଼ିକ ନିଜ ନିଜ ଅଞ୍ଚଳର ଆବଶ୍ୟକତା ଅନୁଯାୟୀ…

ଓଡ଼ିଶାର ଜନ ପରିବହନ କ୍ଷେତ୍ରରେ ଇ-ବସ୍ ରୂପାନ୍ତରଣକୁ ସ୍ୱୀକୃତି

ଭୁବନେଶ୍ୱର: କଲେଜ ଯାଉଥିବା ଛାତ୍ରଛାତ୍ରୀ, କାର୍ଯ୍ୟସ୍ଥଳକୁ ଯାଉଥିବା କର୍ମଜୀବୀ କିମ୍ବା ହସ୍ପିଟାଲ ଯାଉଥିବା ପରିବାର, ସମସ୍ତଙ୍କ ପାଇଁ ନିର୍ଭରଯୋଗ୍ୟ ଜନ ପରିବହନ ଦୈନନ୍ଦିନ ଜୀବନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଏହି ଯାତ୍ରାକୁ ଅଧିକ ସୁଗମ, ସୁବିଧାଜନକ ଓ ପରିବେଶ ଅନୁକୂଳ କରିବା ଦିଗରେ ଓଡ଼ିଶାର ପ୍ରୟାସକୁ ୧୯ତମ ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍‌ଆଇ) କନଫରେନ୍ସ ଓ ଏକ୍ସିବିସନ୍ ୨୦୨୬ରେ ତିନୋଟି ଜାତୀୟ ସମ୍ମାନ ମିଳିଛି। ଭୁବନେଶ୍ୱରଠାରେ ଅକ୍ଟୋବର ୨୩ ଓ ୨୪ ତାରିଖରେ ଏହି ସମ୍ମିଳନୀ…

ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ୨୦୩୬ ମସିହାରେ ଓଡ଼ିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ୧୦୦ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ, ୫୦୦ ବିଲିଅନ୍ ଡଲାର୍ ଅର୍ଥନୀତି ସହ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ଆମର ମୁଖ୍ୟ ଲକ୍ଷ୍ୟ। ବର୍ତ୍ତମାନ ଓଡ଼ିଶାର ସହରୀକରଣ ୧୭ ପ୍ରତିଶତ ଥିବା ବେଳେ ୨୦୩୬ ସୁଦ୍ଧା ଏହାକୁ ୪୦ ପ୍ରତିଶତକୁ ବୃଦ୍ଧି ହେବ। ଏଥିପାଇଁ ଅତ୍ୟାଧୁନିକ ଭିତ୍ତିଭୂମି ଓ ଆଧୁନିକ ସଂସ୍ଥାର ନିର୍ମାଣ  ପାଇଁ କାର୍ଯ୍ୟ ଆରମ୍ଭ ହୋଇସାରିଛି ବୋଲି ଭୁବନେଶ୍ୱରଠାରେ ଆୟୋଜିତ…

ସମ୍ବଲପୁରରୁ ପାଣିପାଗ ଉପରେ ନଜର ରଖିବ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ରାଡାର୍

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବଲପୁର ଏବଂ ସମଗ୍ର ପଶ୍ଚିମ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ପାଇଁ ଅତ୍ୟାଧୁନିକ ‘ମେକ୍ ଇନ୍ ଇଣ୍ଡିଆ’ଡପ୍‌ଲର ପାଣିପାଗ ରାଡାର୍ (DWR)ର ଶୁଭାରମ୍ଭ କରିବା ସହ ପ୍ରାୟ ୯୬୦ କୋଟି ଟଙ୍କାର ୫୦ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ…

 ଟ୍ରକ୍ ଟର୍ମିନାଲ୍‌ର ସୁଚାରୁ ପରିଚାଳନା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ–IOCL ମଧ୍ୟରେ MoU ସ୍ୱାକ୍ଷରିତ

ଭୁବନେଶ୍ୱର: ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜପଥ ପାର୍ଶ୍ୱରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ଟ୍ରକ୍ ଟର୍ମିନାଲ୍‌ଗୁଡ଼ିକର ସୁଚାରୁ ପରିଚାଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଭାରତ ସରକାରଙ୍କ ଅଗ୍ରଣୀ ଉଦ୍ୟୋଗ ‘ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍’(IOCL) ମଧ୍ୟରେ…

କ୍ରୁଟ୍ ପକ୍ଷରୁ ପୁନଃପ୍ରଶିକ୍ଷଣକୁ ବ୍ୟାପକ କରାଯାଉଛି

ଭୁବନେଶ୍ୱର: କମ୍ପ୍ରିହେନ୍ସିଭ୍ ରିଜିଓନାଲ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍)ର କାର୍ଯ୍ୟକଳାପ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ ବୈଠକରେ ଅଧ୍ୟକ୍ଷତା କରି ‘ଆମ ବସ୍’ସେବାର ଗୁଣବତ୍ତା, ସୁରକ୍ଷା ଓ ବିଶ୍ୱସନୀୟତାକୁ ଆହୁରି ସୁଦୃଢ଼ କରିବା ପାଇଁ ସମନ୍ୱିତ ଓ ସମୟବଦ୍ଧ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ଅତିରିକ୍ତ ସଚିବ- ତଥା…

କୋଇଡା–ଚଣ୍ଡିଖୋଲ ଓ ରିମୁଳି–ଚମ୍ପୁଆ ଜାତୀୟ ରାଜପଥ ନିର୍ମାଣ ଆଲୋଚନା

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି କୋଇଡା–ଚଣ୍ଡିଖୋଲ ଏବଂ ରିମୁଳି–ଚମ୍ପୁଆ ଜାତୀୟ ରାଜପଥର ଉନ୍ନତି ଓ ପ୍ରଶସ୍ତୀକରଣ ନେଇ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ। ବୈଠକରେ ରାସ୍ତା ନିର୍ମାଣ ନେଇ ନକ୍ସା ପ୍ରସ୍ତୁତି, ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ସମେତ ସମସ୍ତ ଆବଶ୍ୟକୀୟ ସରକାରୀ ଅନୁମୋଦନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ…

ଆଧୁନିକ ଜ୍ଞାନକୌଶଳ ଉପଯୋଗ କରି ଦୁର୍ଘଟଣାମୁକ୍ତ ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ବଢ଼ୁଥିବା ଜନସଂଖ୍ୟା ଓ ସଚେତନତା ଅଭାବରୁ ଦିନକୁ ଦିନ ସଡ଼କ ଦୁର୍ଘଟଣା ଘଟଣାମାନ ଦେଖିବାକୁ ମିଳୁଛି। ଦ୍ରୁତ ଗତିରେ ଗାଡ଼ି ଚଳାଇବା, ହେଲ୍‌ମେଟ୍‌ ପରିଧାନ ନ କରିବା, ଟ୍ରାଫିକ୍‌ ନିୟମ ନ ମାନିବା ଏବଂ ମଦ୍ୟପାନ କରି ଗାଡ଼ି ଚଳାଇବା ଯୋଗୁଁ ଅନେକ ଦୁର୍ଘଟଣା ଘଟିବା ସହ ଧନଜୀବନ ହାନି ଘଟୁଛି। ସଡ଼କ ଦୁର୍ଘଟଣାକୁ ହ୍ରାସ କରିବା ଏବଂ ସୁରକ୍ଷିତ ଯାତ୍ରାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଗାମୀ ଦିନରେ ଏକ ଦୁଇଦିନିଆ କର୍ମଶାଳା ହେବାକୁ ଯାଉଛି।…

 ‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ଉନ୍ନତ ସୁରକ୍ଷା ମଡ୍ୟୁଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ପ୍ରୟାସ ମାଧ୍ୟମରେ ନାଗରିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ଏକ ଉନ୍ନତ ସୁରକ୍ଷା ମଡ୍ୟୁଲ୍ ସାମିଲ କରାଯାଇ ଏହାକୁ ଦେଶର ପ୍ରଥମ ସରକାରୀ ସମନ୍ୱିତ ସୁରକ୍ଷା ଓ ଗମନାଗମନ ପ୍ଲାଟଫର୍ମ ଭାବେ ରୂପାନ୍ତରିତ କରାଯାଇଛି। ସୁରକ୍ଷିତ, ସ୍ମାର୍ଟ ଏବଂ ସଂଯୁକ୍ତ ଓଡ଼ିଶା ଗଠନ ସହ ଜନସାଧାରଣଙ୍କ ସେବାକୁ ଏକକ ନିର୍ଭରଯୋଗ୍ୟ ପ୍ଲାଟଫର୍ମକୁ ଆଣିବା ପାଇଁ…