କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା
ଭୁବନେଶ୍ୱର: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦ୍ଘାଟନ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି। ଏଥିସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ…


