ଶ୍ରେଷ୍ଠ ୧୦ଟି ଷ୍ଟାର୍ଟଅପ୍ ପ୍ରକଳ୍ପ ଚୟନିତ, ପ୍ରତ୍ୟେକ ପ୍ରକଳ୍ପକୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ
ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା “ରାଜ୍ୟ ସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ” ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ହେଉଥିବା ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ୧୪ଟି ବିଶ୍ୱ ବିଦ୍ୟାଳୟର ୭୨ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଜାନୁଆରୀ ୧୬ ଏବଂ ୧୭ ତାରିଖ ଦୁଇ ଦିନ ଧରି ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଉଦ୍ଯାପନୀ ସମାରୋହରେ ଉଚ୍ଚଶିକ୍ଷା…


