ମହିଳାମାନଙ୍କ ସୁରକ୍ଷା ଓ ନିରାପତ୍ତା ନେଇ ଓଡ଼ିଶା ସରକାରଙ୍କ ପଦକ୍ଷେପକୁ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ପ୍ରଶଂସା
ଭୁବନେଶ୍ୱର: ଭୁବନେଶ୍ୱର ଲୋକ ସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଜାତୀୟ ମହିଳା ଆୟୋଗ କମିଶନରର ଅଧ୍ୟକ୍ଷା ବିଜୟା ରହାଟକରଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନାରୀ ସୁରକ୍ଷା,ସେମାନଙ୍କ ନିରାପତ୍ତା ଓ ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ସରକାରଙ୍କ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ପଦକ୍ଷେପ ସଂପର୍କରେ ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଓଡ଼ିଶା ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ, ଶିଳ୍ପ…


