ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତି ଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମ୍ବନ୍ଧରେ ଘୋଷଣା କରିଥିଲେ। ଶକ୍ତିଶ୍ରୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଏକ ସ୍ଥାୟୀ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ସ୍ଥାପନ କରାଯିବ ଯାହାକି ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରିବା ସହିତ ଛାତ୍ରୀମାନଙ୍କର ସଶକ୍ତିକରଣ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ…

‘ସୁଭଦ୍ରା’ ହିତାଧିକାରୀମାନଙ୍କ ସାମଗ୍ରିକ ଆର୍ଥିକ ସଶକ୍ତିକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ‘ସୁଭଦ୍ରା’ ରାଜ୍ୟସ୍ତରୀୟ ପରିଚାଳନା ଓ ତଦାରଖ କମିଟି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସୁଭଦ୍ରା ଯୋଜନାର ପ୍ରଭାବୀ କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା ଓ ତଦାରଖ କରିବା ସହ ଯୋଜନାର ଆଗାମୀ କାର୍ଯ୍ୟାନ୍ଵୟନ ଉପରେ ସୁଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ। ସୁଭଦ୍ରା ହିତାଧିକାରୀମାନେ ସରକାରଙ୍କ ଅନ୍ୟ ବିଭିନ୍ନ ଯୋଜନାରୁ ଲାଭ ଉଠାଇ କିପରି ସାମଗ୍ରିକ…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ। ମହିଳା…

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ୩ଟି ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି…

ଭୁବନେଶ୍ୱରରେ ହେବ ପାର୍ଲାମେଣ୍ଟ/ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପବାଚସ୍ପତି ଭାବନୀଶଙ୍କର ଭୋଇ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି…

କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ନିବାରଣ ଆଇନ ସଂପର୍କିତ ସଚେତନତା ଶିବିର

ଭୁବନେଶ୍ୱର: ଚଳିତ ଜୁଲାଇ ୨୯ ତାରିଖ ଦିନ ରାଜଭବନର  ନୁ୍ୟ ଅଭିଷେକ ହଲ୍ଠାରେ “କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା (ସୁରକ୍ଷା, ନିବାରଣ ଏବଂ ପ୍ରତିକାର) ଆଇନ – ୨୦୧୩”ସଂପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଉଦ୍ବୋଧନ ଦେଇ ସଚେତନତା ଶିବିର ଆୟୋଜନର ଉଦେ୍ଦଶ୍ୟ ସଂପର୍କରେ ଆଲୋକପାତ କରିବା ସହ କର୍ମ କ୍ଷେତ୍ରରେ ସଚ୍ଚୋଟତା, ସମ୍ମାନ ଓ ବୃତ୍ତିଗତ ଚିନ୍ତାଧାର ବଜାୟ ରଖିବା ଏବଂ କର୍ମକ୍ଷେତ୍ରକୁ ଏକ ନିରାପଦ…

ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୧୧ ହଜାରରୁ ଊଦ୍ଧ୍ୱର୍ ଲୋକ ପ୍ରଭାବିତ ହୋଇଥିବାବେଳେ ଏକ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି। ବନ୍ୟା ପରିସ୍ଥିତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର…

ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ପ୍ରତି ନବୀକରଣ ପ୍ରତିଶୃତି ସହିତ ଦୁଇଦିନିଆ ଜାତୀୟ ଗରିମା ସମ୍ମିଳନୀ ଶେଷ

ଭୁବନେଶ୍ୱର :  ଓଡ଼ିଶାର ଗରିମା ପଦକ୍ଷେପ ଅଧୀନରେ “ମୁଖ୍ୟ ପରିମଳ କର୍ମଚାରୀଙ୍କ ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ସୁନିଶ୍ଚିତ କରିବା” ଉପରେ ଦୁଇଦିନିଆ ଜାତୀୟ ସମ୍ମିଳନୀ ଉଦଯାପିତ ହୋଇଛି। ଉଦଯାପନୀ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ପ୍ରମୁଖ ପରିମଳ କର୍ମଚାରୀଙ୍କ ସୁରକ୍ଷା ଦିଗରେ ସେମାନଙ୍କ ଅବଦାନକୁ ସ୍ୱୀକୃତି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହା ପରିମଳ କାର୍ଯ୍ୟରେ ଅଂଶୀଦାରମାନଙ୍କୁ ସ୍ୱୀକୃତି ଦେବାରେ…

ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ରର କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ର (ERSS)( ଡାଏଲ-112)କୁ ଗସ୍ତ କରି ଏହାର କାର୍ଯ୍ୟକାରିତା, ପରିଚାଳନା ଏବଂ ଆଧୁନିକୀକରଣ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି।  ସମସ୍ୟାରେ ପଡ଼ିଥିବା ସାଧାରଣ ଲୋକଙ୍କୁ ଅଳ୍ପ ସମୟ ମଧ୍ୟରେ ତ୍ୱରିତ ସେବା ଯୋଗାଇ ଦେବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି। ଏଥି ନିମନ୍ତେ ଉପଯୁକ୍ତ…