ରାଜ୍ୟର ସାମ୍ବାଦିକମାନଙ୍କର ସମସ୍ୟା ଓ ଦାବୀ ସମ୍ପର୍କରେ ଆଲୋଚନା 

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ସାମ୍ବାଦିକମାନଙ୍କର ସମସ୍ୟା ଓ ଦାବୀ ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବିଭାଗର ନିର୍ଦ୍ଦେଶକ ଅନୂଜ କୁମାର ଦାସପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତଥିଲେ। ସାମ୍ବାଦିକମାନଙ୍କ ପକ୍ଷରୁ “ଆଇୟୁଡବ୍ଲୁଜେ”…

ପ୍ରଥମ ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ମାଧ୍ୟମରେ ୬୭୬ ମହିଳା ନେତ୍ରୀ ସଶକ୍ତ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ କୋଣାର୍କ ଠାରେ ଛ ଦିନିଆ ‘ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ ସଫଳତାର ସହିତ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ସମ୍ବୋଧିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ସେମାନଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି କେବଳ ଏକ ସରକାରୀ କାର୍ଯ୍ୟକ୍ରମ ହୋଇ ରହିନାହିଁ, ବରଂ ଏହା ଓଡ଼ିଶାରେ…

“ଆକାଂକ୍ଷା ଯୋଜନା”ରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ଆବାସିକ ସୁବିଧା

ଭୁବନେଶ୍ୱର:  ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଆଦିବାସୀ, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ଶିକ୍ଷା, ଜୀବିକା ଓ ସାମାଜିକ ଉନ୍ନତିକୁ ଲକ୍ଷ୍ୟରେ ରଖି ବଜେଟ୍ ପ୍ରସ୍ତୁତ ହୋଇଥିବା ମତ ପ୍ରକାଶ କରିଛନ୍ତି।  ଏହି…

ନୂତନ ନ୍ୟାୟ ବ୍ୟବସ୍ଥାର କେନ୍ଦ୍ର ବିନ୍ଦୁ ହେଲା ଭୁବନେଶ୍ୱର

ଭୁବନେଶ୍ୱର: ଓଡ଼ିଶା ପୋଲିସ ଦ୍ୱାରା ଆୟୋଜିତ ସପ୍ତାହବ୍ୟାପୀ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ସଫଳତାର ସହ  ଉଦଯାପିତ ହୋଇଛି। ଭୁବନେଶ୍ୱରର Unit–III ର ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ପ୍ରଦର୍ଶନୀରେ ୧ ଲକ୍ଷରୁ ଅଧିକ ଲୋକ ଯୋଡ଼ି ହୋଇଥିଲେ l ଏହି ସମ୍ମିଳନୀ ବୃହତ୍ତର ଭାବେ ସାଧାରଣ ଲୋକଙ୍କ ମଧ୍ୟରେ ଆଇନ ସଚେତନତା ଓ କମ୍ୟୁନିଟି ପୋଲିସିଂରେ ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନା କରିସାରିଛି l ପ୍ରଦର୍ଶନୀର ଶେଷ ଦିନରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା…

ବିଜୁ ପଟ୍ଟନାୟକ ବିମାନବନ୍ଦରରେ ବିମାନ ଚଳାଚଳ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ‘ଏଭିଏସନ୍ ସିକ୍ୟୁରିଟି ବେସିକ୍ କୋର୍ସ’ର ଦ୍ୱିତୀୟ ବ୍ୟାଚ୍ ପ୍ରଶିକ୍ଷାର୍ଥୀଙ୍କ ପାଇଁ ପ୍ରାୟୋଗିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି। ବିମାନବନ୍ଦରର ଜଟିଳ କାର୍ଯ୍ୟଧାରା ଏବଂ ବୈଷୟିକ ପରିଚାଳନା ସମ୍ପର୍କରେ ପ୍ରଶିକ୍ଷାର୍ଥୀଙ୍କୁ ପ୍ରତ୍ୟକ୍ଷ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ବିଭିନ୍ନ ବିମାନବନ୍ଦରରେ ନିୟୋଜିତ ସୁରକ୍ଷା କର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ଏହି ୧୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବାଣିଜ୍ୟ ଓ ପରିବହନ ବିଭାଗ, ଗୃହ ବିଭାଗ ଏବଂ…

ଜାତୀୟ ଏବଂ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ସହଯୋଗରେ ଜନ ଶୁଣାଣି

ଭୁବନେଶ୍ୱର: ମହିଳାଙ୍କ ବିରୁଦ୍ଧରେ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାଳୟରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲ୍ଲଂଘନ ଏବଂ ମହିଳା କଲ୍ୟାଣ, ଇତ୍ୟାଦି ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଉପସ୍ଥାପନା ଓ ଶୁଣାଣି ପାଇଁ ମହିଳାମାନଙ୍କୁ ଏକ ନିଶୁଳ୍କ ପ୍ଲାଟଫର୍ମ ଯୋଗାଇବା ଲକ୍ଷ୍ୟରେ ଜାତୀୟ ମହିଳା ଆୟୋଗ ଏବଂ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ସହଯୋଗରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଭୁବନେଶ୍ୱର…

୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ସମବାୟ କ୍ଷେତ୍ର ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମର ଶୁଭାରମ୍ଭ କରିଛନ୍ତି ଶ୍ରୀ ଶାହ । ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ…

ଯୁଦ୍ଧକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର : ମଧ୍ୟ ପ୍ରାଚ୍ୟରେ ଯୁଦ୍ଧକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ପ୍ରରିପେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, ରାଜ୍ୟ ଗୃହ ବିଭାଗ, ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ ଓ ବିଭିନ୍ନ ପ୍ରବାସୀ ଭାରତୀୟ ସଂସ୍ଥାମାନଙ୍କ ସହ ମିଳିତ ଭାବେ ଏକ ୱାର୍କିଂ ଗ୍ରୁପ ଗଠନ ହୋଇଛି। ସେହି ସ୍ଥାନରେ ଥିବା ବ୍ୟକ୍ତିମାନେ କୌଣସି ପ୍ରତିକୂଳ ପରିସ୍ଥିତିରେ ନିମ୍ନ ପ୍ରଦତ୍ତ ନଂ ରେ…

ରାଜ୍ୟ ମହିଳା ଆୟୋଗଙ୍କ ଜନଶୁଣାଣି

ଭୁବନେଶ୍ୱର: ମହିଳାଙ୍କ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲଂଘନ ଏବଂ ମହିଳା କଲ୍ୟାଣ ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଶୁଣାଣି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିକ୍ରମରେ ଉକ୍ତ ମାମଲା ଗୁଡିକର ଉପସ୍ଥାପନା ଓ ଶୁଣାଣି ପାଇଁ ମହିଳାମାନଙ୍କୁ ଏକ ନିଶୁକ୍ଳ ପ୍ଲାଟଫର୍ମ ଯୋଗାଇବା ଲକ୍ଷ୍ୟରେ ଜାତୀୟ ମହିଳା ଆୟୋଗ ଓ ଓଡ଼ିଶା ରାଜ୍ୟ ମହିଳା…

‘ସୁଭଦ୍ରା’ଯୋଜନାକୁ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ପ୍ରଶଂସା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ତଥା ବିଭାଗୀୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ରାଜ୍ୟ ସରକାରଙ୍କ ପ୍ରମୁଖ ‘ସୁଭଦ୍ରା’ଯୋଜନାର ଉଚ୍ଚ…