ଖୁବ୍‌ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ ସହାୟତା ପ୍ରଦାନ କରାଯିବ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ୱତନ୍ତ୍ର ରିଲିଫ୍‌ କମିଶନର ଦେଓରଞ୍ଜନ କୁମାର ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହି ବାତ୍ୟା ପରବର୍ତ୍ତୀ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବୈଠକ ପରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ୧୯୯୯ ମସିହା ଅକେଫାବର ମାସ…

ଅଦ୍ୱିକା ସମ୍ମିଳନୀ : ଭାଗନେଲେ ୨୭ ଜିଲ୍ଲାର ୧୨୭ ଜଣ କିଶୋର କିଶୋରୀ

ଭୁବନେଶ୍ୱର: କିଶୋରକିଶୋରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଦୁଇଦିନିଆ ଅଦ୍ୱିକା ସମ୍ମିଳନୀ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସ ମଧ୍ୟରେ ୨୭ଟି ଜିଲ୍ଲାରୁ ଶ୍ରେଷ୍ଠ ବିବେଚିତ ୧୨୭ ଜଣ କିଶୋର କିଶୋରୀ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ନୃତ୍ୟ, ଗୀତ, କାହାଣୀ ପଠନ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। କିଶୋର ଅବସ୍ଥାରେ ଶାରୀରିକ ଓ ମାନସିକ ସ୍ତରରେ ହେଉଥିବା ପରିବର୍ତ୍ତନ, ସେମାନେ ସମ୍ମୁଖୀନ ହେଉଥିବା ହିଂସା ଓ ବିପଜ୍ଜନକ କାର୍ଯ୍ୟକଳାପରୁ…

‘ଜନସାଧାରଣ ଆତଙ୍କିତ ହୁଅନ୍ତୁ ନାହିଁ’

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଦେଓରଞ୍ଜନ କୁମାର ସିଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କ ସହ ବାତ୍ୟାପୂର୍ବ ପ୍ରସ୍ତୁତି ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ। ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ଭାରତୀୟ ପାଣିପାଗ…

ହାଇପ୍ରେସର୍‌ ୱେଲଡିଂ ସମ୍ବନ୍ଧରେ ସୁରକ୍ଷା ସମ୍ପର୍କିତ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା

ଭୁବନେଶ୍ୱର : ରାଜ୍ୟରେ କାରଖାନାମାନଙ୍କରେ ଉଭୟ ସୁରକ୍ଷିତ କାର୍ଯ୍ୟସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ଭିନ୍ନଭିନ୍ନ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗ ଉପରେ ତାଲିମ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇ ଆସୁଅଛି। ସେହି କ୍ରମରେ ରାଜ୍ୟରେ ପାୱାର୍‌ ପ୍ଲାଣ୍ଟ (ବଏଲର୍‌) ଗୁଡିକରେ ସୁରକ୍ଷିତ ଚଳନ, ରକ୍ଷଣାବେକ୍ଷଣ ଏବଂ ମରାମତିକୁ ଦୃଷ୍ଟିରେ ରଖି ରାଜ୍ୟ ଶ୍ରମ ପ୍ରତିଷ୍ଠାନ ଆନୁକୂଲ୍ୟରେ ପ୍ରତିଷ୍ଠାନ…

ସାଇବର ସୁରକ୍ଷାକୁ ଅଧିକ ସୁଦୃଢ କରାଯିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଅକ୍ଟୋବର ୧୮ରୁ ୧୭ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌ ମୋଡରେ ସାଇବର ସୁରକ୍ଷା ସଚେତନତା ସଂପର୍କରେ ରାଜ୍ୟବ୍ୟାପୀ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୧୮ରୁ କଳିଙ୍ଗ ଷ୍ଟାଡିଅମ ଠାରୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

ପୋଶ ଆଇନ ସମ୍ପର୍କରେ ଲୋକସେବା ଭବନ ବିଭାଗୀୟ ଅଧିକାରୀବୃନ୍ଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଲୋକସେବା ଭବନ  ସମ୍ମେଳନ କକ୍ଷ ଠାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିରା଼କାରଣ) ଆଇନ (ପୋଶ୍)୨୦୧୩ ସମ୍ବନ୍ଧରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମକ୍ଷେତ୍ରରେ ପୋଶ୍ ଆଇନର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ…

ପ୍ଲାଣ୍ଟ ଶ୍ରମିକମାନଙ୍କ ସୁରକ୍ଷା ଏବଂ ବୃତ୍ତିଗତ ସ୍ୱାସ୍ଥ୍ୟ ସୁନିଶ୍ଚିତକରଣ ପାଇଁ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା

ଭୁବନେଶ୍ୱର: କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରଥମ ଥର ପାଇଁ କାଜୁ କାରଖାନାମାନଙ୍କରେ ଶ୍ରମିକମାନଙ୍କ ସୁରକ୍ଷା ଏବଂ ବୃତ୍ତିଗତ ସ୍ୱାସ୍ଥ୍ୟ ବିଷୟରେ ଏକ ଦିନିକିଆ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା ଆୟୋଜିତ ହୋଇଥିଲା। ଏହି କର୍ମଶାଳାଟି ଭୁବନେଶ୍ୱର ସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଥିଲା।ପୂର୍ବାହ୍ନ ସଭାରେ ମୁଖ୍ୟ ଅତିଥି ଇନ୍ଦ୍ରମଣି ତ୍ରିପାଠୀ, ରାଜ୍ୟ ଶ୍ରମ କମିଶନର, କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶକ ଏବଂ ରାଜ୍ୟ ଶ୍ରମ ସଂସ୍ଥାନ ନିର୍ଦ୍ଦେଶକ, ଉପସ୍ଥିତ ହୋଇ…

ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ବାରା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଅଭିଭାଷଣରେ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଯୁବସମାଜ ନିମନ୍ତେ ରହିଥିବା ଆହ୍ବାନ ବିଷୟରେ ଧାରଣ ଦେଇ କହିଥିଲେ ଯେ, ଆଇନ  ଭିନ୍ନକ୍ଷମ ମାନଙ୍କୁ ମଧ୍ୟ ସମାଜରେ ସମ୍ମାନର ସହ ବଞ୍ଚିବାର ଅଧିକାର ପ୍ରଦାନ କରିଛନ୍ତି ଓ ଆଇନକୁ ସମାନ ଦେଇ ଛାତ୍ର ସମାଜ, ଯେଉଁମାନେ ଭବିଷ୍ୟତର  ନାଗରିକ, ସେମାନଙ୍କ ଦାୟିତ୍ବ ତଥା…

ଶ୍ରମିକ ଭାଇ ଭଉଣୀମାନଙ୍କ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତି ନିୟମରେ କେନ୍ଦ୍ର ସରକାର ଆଣିବେ ବ୍ୟାପକ ସୁଧାର

ଭୁବନେଶ୍ୱର: ଦେଶର ଶ୍ରମିକ ଭାଇଭଉଣୀମାନଙ୍କ ସମୁଚିତ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତିନିୟମରେ ବ୍ୟାପକ ସୁଧାର ଅଣାଯିବାର ଆବଶ୍ୟକତା ସମ୍ପର୍କିତ  ଏକ ସର୍ବଭାରତୀୟସ୍ତରୀୟ ବୈଠକ ଆଜି କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ଼ଃ ମନସୁଖ ମାଣ୍ଡଭ୍ୟ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ରାଜ୍ୟର ବିଭାଗୀୟ ମନ୍ତ୍ରୀଙ୍କ ସହିତ ଓଡ଼ିଶାର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା…

କନ୍ୟା ସନ୍ତାନ ସୁରକ୍ଷା ଉପରେ ଜୁଭେନାଇଲ୍‌ ଜଷ୍ଟିସ୍‌ ପରାମର୍ଶ କର୍ମଶାଳା

କଟକ/ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ଜୁଭେନାଇଲ୍‌ ଜଷ୍ଟିସ୍‌ କମିଟି, ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ୟୁନିସେଫ୍‌ର ମିଳିତ ଆନୁକୂଲ୍ୟରେ ‘କନ୍ୟା ଶିଶୁ ସୁରକ୍ଷା: ଭାରତରେ କନ୍ୟା ସନ୍ତାନଙ୍କ ପାଇଁ ଏକ ସୁରକ୍ଷିତ ଏବଂ ସକ୍ଷମ ପରିବେଶ’ ଶୀର୍ଷକ ଏକ ରାଜ୍ୟସ୍ତରୀୟ ଜୁଭେନାଇଲ୍‌ ଜଷ୍ଟିସ୍‌ ପରାମର୍ଶ କର୍ମଶାଳା ଆୟୋଜିତ ହୋଇଯାଇଛି। କଟକର ଓଡ଼ିଶା ଜୁଡିସିଆଲ୍‌ ଏକାଡେମୀରେ ଆୟୋଜିତ ଏହି କର୍ମଶାଳାକୁ ଉଦ୍‌ଘାଟନ କରି ମୁଖ୍ୟ ବିଚାରପତି ହରିଶ ଟଣ୍ଡନ୍‌ ହିଂସା, ବାଲ୍ୟବିବାହ ଏବଂ ଶୋଷଣରୁ କନ୍ୟାମାନଙ୍କୁ ସୁରକ୍ଷା…