ସାଇବର ସୁରକ୍ଷା ନେଇ ଜନସଚେତନତା ଅଭିଯାନ: ୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ଓ ପୋଲିସ କର୍ମଚାରୀଙ୍କ ଅଂଶଗ୍ରହଣ

କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ସହଯୋଗରେ ଆଜି ଏକ ବୃହତ୍ ରାଜ୍ୟବ୍ୟାପୀ ସାଇବର ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଆରକ୍ଷୀ ମହାନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଦିନ ୧୨ଟାରୁ ଆରମ୍ଭ ହୋଇଥିବା ଏହି ବ୍ୟାପକ ଅଭିଯାନରେ ରାଜ୍ୟର…

ହାତୀ ସଂରକ୍ଷଣ ଓ କଲ୍ୟାଣର ବାର୍ତ୍ତା ନେଇ ନନ୍ଦନକାନନରେ ବିଶ୍ୱ ହାତୀ ଦିବସ ୨୦୨୬ ପାଳିତ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପକ୍ଷରୁ ବିଭିନ୍ନ ଆକର୍ଷଣୀୟ ଓ ସଚେତନତାମୂଳକ କାର୍ଯ୍ୟକ୍ରମ ସହିତ ବିଶ୍ୱ ହାତୀ ଦିବସ-୨୦୨୬ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଦାରୁଠେଙ୍ଗ ସରପଞ୍ଚ ତପନ ଚକ୍ରବର୍ତ୍ତୀ, ରଘୁନାଥପୁର ସରପଞ୍ଚ ଖୁଲଣା ମାଝୀ ଏବଂ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକ ଶ୍ରୀ ପ୍ରଦୀପ ମିରାସେ ଯୋଗଦେଇଥିଲେ। ଏହି ଅବସରରେ ହାତୀମାନଙ୍କ ପାଇଁ ସ୍ୱତନ୍ତ୍ର ଫିଡିଂ ଏନ୍‌ରିଚ୍‌ମେଣ୍ଟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବାସନ୍ତୀ, ହୀରା, ଆଶା ଓ ଲିଶା ହାତୀଙ୍କୁ ପ୍ରାକୃତିକ ଖାଦ୍ୟ ଗ୍ରହଣ…

ଓଡ଼ିଶା ସରକାର ଏବଂ ବିଆଇଏସଙ୍କ ସମ୍ମିଳିତ ପ୍ରୟାସରେ ବିଭିନ୍ନ କ୍ଷେତ୍ରରେ ଗୁଣବତ୍ତା ସୁନିଶ୍ଚିତ କରାଯିବ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଉପରେଓଡ଼ିଶା ରାଜ୍ୟସ୍ତରୀୟ କମିଟି (ଏସଏସସି)ର ୩ୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶା ସରକାର ଏବଂ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ)ଙ୍କ ସମ୍ମିଳିତ ପ୍ରୟାସରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ମାନକୀକରଣ, ଗୁଣବତ୍ତା ସୁନିଶ୍ଚିତ କରିବା ଏବଂ ଉପଭୋକ୍ତା ସୁରକ୍ଷାକୁ ସୁଦୃଢ଼ କରିବା ନିମନ୍ତେ ଗ୍ରହଣ କରାଯାଉଥିବା ବିଭିନ୍ନ ପ୍ରମୁଖ ପଦକ୍ଷେପ ସଂପର୍କରେ ସମୀକ୍ଷା ଓ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ…

ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନିଅନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନେବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଏତତବ୍ୟତୀତ ବର୍ଜ୍ୟବସ୍ତୁକୁ ସମ୍ପଦରେ ପରିଣତ କରିବା, ଅକ୍ଷୟ ଶକ୍ତିର ପ୍ରସାର, ସ୍ଥାୟୀ କୃଷି ଓ ରୋଜଗାର ସୃଷ୍ଟି ଦିଗରେ ଯୁବପିଢ଼ି କାର୍ଯ୍ୟ କରିବା ଆବଶ୍ୟକ ବୋଲି ରାଜ୍ୟପାଳ କହିଛନ୍ତି। ସୋମବାର ଦିନ ଜଟଣୀସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଓଡ଼ିଶା କନଫରେନ୍ସ ଅଫ ୟୁଥ (OCOY) ୪.୦ କୁ ମୁଖ୍ୟ ଅତିଥି…

ଚାଷୀମାନେ ନିକଟସ୍ଥ ପାକ୍ସ, କମନ ସର୍ଭିସ ସେଣ୍ଟର ଓ ସହାୟକ ମୋଡ଼୍‌ରେ ପଞ୍ଜିକରଣ କରିପାରିବେ

ଭୁବନେଶ୍ୱର: ଆଗାମୀ ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟାକୁ ସୁଗମ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟି (Inter-Ministerial Committee) ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀଙ୍କ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପଞ୍ଚାୟତିରାଜ ଓ ପାନୀୟଜଳ…

ଅଗଷ୍ଟ ୭ରୁ ୨୧ ପର୍ଯ୍ୟନ୍ତ ସମସ୍ତ ପୌରାଞ୍ଚଳରେ ଗରିମା ଜନସଚେତନତା ଓ ଆଇନ ପ୍ରବର୍ତ୍ତନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ସ୍ୱଚ୍ଛତା କର୍ମଚାରୀଙ୍କ ମର୍ଯ୍ୟାଦା, ସୁରକ୍ଷା, ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ପୌରାଞ୍ଚଳରେ ୧୫ ଦିନିଆ ରାଜ୍ୟବ୍ୟାପୀ ସୂଚନା, ଶିକ୍ଷା ଓ ଯୋଗାଯୋଗ  ଅଭିଯାନ ‘ଆଇନଗତ ସଫେଇ, ସୁରକ୍ଷିତ ସଫେଇ’ଆରମ୍ଭ ହୋଇଛି। ଅଗଷ୍ଟ ୭ ରୁ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଭିଯାନ ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱର ଲୋକସେବା ଭବନସ୍ଥିତ ରାଜ୍ୟ ସମ୍ମିଳନୀ କେନ୍ଦ୍ରରେ ଆୟୋଜିତ…

ସିଧାସଳଖ ଡିବିଟି ମାଧ୍ୟମରେ ଲଗାଣ ବର୍ଷା ଓ ବନ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା କ୍ଷୟକ୍ଷତି ଆକଳନ ସମ୍ପର୍କରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଆଲୋଚନା କରିଛନ୍ତିl କ୍ଷୟକ୍ଷତି ଆକଳନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ପ୍ରାୟ ପ୍ରଭାବିତ ଜିଲ୍ଲାମାନଙ୍କର ରିପୋର୍ଟ ଇତିମଧ୍ୟରେ ରାଜ୍ୟସରକାରଙ୍କ ହସ୍ତଗତ ହୋଇଛି; ତେବେ କିଛି ଜିଲ୍ଲାରେ ସମ୍ପୂର୍ଣ୍ଣ ରୂପେ ବନ୍ୟାଜଳ ପ୍ରଭାବ ହ୍ରାସ ହୋଇନଥିବାରୁ ପରିସ୍ଥିତିରେ ସୁଧାର ଆସିବା ପରେ ଯଥାଶୀଘ୍ର…

ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ “ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ”ର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ତୃତୀୟଲିଙ୍ଗୀ ବ୍ୟକ୍ତିମାନଙ୍କର ଅଧିକାର, ସୁରକ୍ଷା ଓ ଆତ୍ମସମ୍ମାନକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ନବଗଠିତ “ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ”ର ପ୍ରଥମ ବୈଠକ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ତୃତୀୟଲିଙ୍ଗୀ ସମ୍ପ୍ରଦାୟର ସମାଜରେ ସମାନ ସୁଯୋଗ ଓ ସର୍ବାଙ୍ଗୀନ ବିକାଶ ପାଇଁ ଚାଲିଥିବା ବିଭିନ୍ନ ଯୋଜନାର ସମୀକ୍ଷା କରାଯିବା ସହ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ…

ଶିଶୁଙ୍କ ପୋଷଣ ମାପ ପାଇଁ ଆରମ୍ଭ ହେବ AI-ଭିତ୍ତିକ ସିଷ୍ଟମ୍

ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ (WCD) ବିଭାଗ ପକ୍ଷରୁ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ‘ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୬’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଛୋଟ ଶିଶୁ ଓ ସେମାନଙ୍କ ପିତାମାତା ଅଂଶଗ୍ରହଣ କରିଥିଲେ। ଏହି ସମାରୋହରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ଡ. ମୃଣାଳିନୀ ଦର୍ଶୱାଲ ଅଧ୍ୟକ୍ଷତା କରିଥିବା ବେଳେ ବିଭାଗୀୟ ନିର୍ଦ୍ଦେଶିକା ମନୀଷା ବାନାର୍ଜୀ ସ୍ୱାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଡ. ଦର୍ଶୱାଲ ସ୍ତନ୍ୟପାନର ଗୁରୁତ୍ୱ…

ଓଡ଼ିଶାର ସ୍ୱଚ୍ଛ ଶକ୍ତିରେ ଅଗ୍ରଗତି ବିଷୟରେ ବଖାଣିଲେ ଉପ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ହୋଟେଲ ଲି ମେରିଡିଏନଠାରେ ଆୟୋଜିତ ୭ମ ସିଆଇଆଇ ଅନ୍ତର୍ଜାତୀୟ ଶକ୍ତି ସମ୍ମିଳନୀ ୨୦୨୬ରେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଯୋଗଦେଇ ରାଜ୍ୟର ସ୍ୱଚ୍ଛ ଶକ୍ତି ଓ ସବୁଜ ଉତ୍ପାଦନ କ୍ଷେତ୍ରର ଅଗ୍ରଗତି ବିଷୟରେ ଆଲୋକପାତ କରିଛନ୍ତି। କେନ୍ଦ୍ର ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭୁଟାନ ଶକ୍ତି ମନ୍ତ୍ରୀ ଲିୟନପୋ ଜେମ୍ ସେରିଙ୍ଗ ଓ ଶ୍ରୀଲଙ୍କାର ଶକ୍ତି ମନ୍ତ୍ରୀ ଅନୁରା କରୁଣାଥିଲାକେଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ମିଳନୀରେ ଭାରତର ଶକ୍ତି…