ଜିଲ୍ଲାଭିତ୍ତିକ ପ୍ରସ୍ତୁତିର ସମୀକ୍ଷା; ୨୪ ଘଣ୍ଟିଆ ସତର୍କତା ଓ ତ୍ୱରିତ ରିଲିଫ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ବିଭାଗର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଲୋକସେବା ଭବନସ୍ଥିତ ରାଜସ୍ୱ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ସେ ଜିଲ୍ଲାଭିତ୍ତିକ ପ୍ରସ୍ତୁତିର ଆକଳନ କରିବା ସହ ସମସ୍ତ ଜିଲ୍ଲା ପ୍ରଶାସନକୁ ଚବିଶ ଘଣ୍ଟିଆ ସତର୍କତା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ବୈଠକରେ ମନ୍ତ୍ରୀ କହିଥିଲେ ଯେ, ଜନସାଧାରଣଙ୍କ ଜୀବନର…

‘ଅତ୍ୟାଧୁନିକ ଡିଜିଟାଲ୍ ପ୍ରଯୁକ୍ତିର ପ୍ରୟୋଗ ବନ ପ୍ରଶାସନକୁ ଅଧିକ ସୁଦୃଢ଼ କରିବା ସହ ସ୍ୱଚ୍ଛତା ବୃଦ୍ଧି କରିବ’

ଭୁବନେଶ୍ୱର: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଅରଣ୍ୟ ଭବନଠାରେ ଇଣ୍ଟିଗ୍ରେଟେଡ୍ ଫରେଷ୍ଟ ମନିଟରିଂ ଓ କମାଣ୍ଡ ସେଣ୍ଟର (Integrated Forest Monitoring & Command Centre – IFMCC)ର ଉଦ୍ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ କେନ୍ଦ୍ର ପ୍ରତିଷ୍ଠା ମାଧ୍ୟମରେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଯୁକ୍ତି-ନିର୍ଭର ବନ ପ୍ରଶାସନ ଏବଂ ନିରନ୍ତର ପ୍ରାକୃତିକ ସମ୍ପଦ ପରିଚାଳନା ଦିଗରେ…

ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ଭୁବନେଶ୍ୱରଠାରେ ବ୍ୟାପକ ଆଲୋଚନା

ଭୁବନେଶ୍ୱର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱରଠାରେ ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (Eastern Regional Police Coordination Committee–ERPCC)ର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶା ପୋଲିସର ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ସମେତ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଏବଂ ଝାଡ଼ଖଣ୍ଡର ଆରକ୍ଷୀ ମହାନିର୍ଦ୍ଦେଶକ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (CAPFs), କେନ୍ଦ୍ରୀୟ ପୋଲିସ ସଂଗଠନ (CPOs) ଏବଂ ବିଭିନ୍ନ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ବୈଠକର…

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ୱାର୍ଡେନ ଦକ୍ଷ, ସମ୍ବେଦନଶୀଳ ହେବାକୁ ପରାମର୍ଶ

ଭୁବନେଶ୍ୱର: କେଜିବିଭି ୱାର୍ଡେନଙ୍କ ନିମନ୍ତେ ଆଞ୍ଚଳିକ ଶିକ୍ଷା ଅନୁଷ୍ଠାନଠାରେ ପାଞ୍ଚଦିବସୀୟ ପ୍ରଶିକ୍ଷଣ ଶୁଭାରମ୍ଭ ହୋଇଯାଇଛି।  ଜାତୀୟ ଶିକ୍ଷା ଯୋଜନା ଏବଂ ପ୍ରଶାସନ ପ୍ରତିଷ୍ଠାନ (NIEPA), ନୂଆଦିଲ୍ଲୀ ଏବଂ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ଓଡ଼ିଶାର ମିଳିତ ସହଯୋଗରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ସଙ୍ଗୀତା ବେହେରା ଯୋଗଦେଇ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (KGBV)ର ୱାର୍ଡେନମାନଙ୍କୁ ଦକ୍ଷ, ସମ୍ବେଦନଶୀଳ ହେବାକୁ ପରାମର୍ଶ ଦେଇଥିଲେ। ଏଥିସହ  ଛାତ୍ରୀମାନଙ୍କ ପାଇଁ…

ଜଳାଶୟଗୁଡ଼ିକରେ ଥିବା ପାଣିକୁ ପ୍ରଥମେ ପାନୀୟ ଜଳ ଏବଂ ଚାଷ କାର୍ଯ୍ୟ ପାଇଁ ସଂରକ୍ଷିତ ରଖାଯିବ

ଭୁବନେଶ୍ୱର: ରାଜ୍ୟରେ କମ୍ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶକ୍ତି ବିଭାଗ ଅତିରିକ୍ତ ଶାସନ ସଚିବ ବିଶାଳ କୁମାର ଦେବ, ଜଳସମ୍ପଦ ବିଭାଗ ଶାସନ ସଚିବ ଶୁଭା ଶର୍ମା ଏବଂ କୃଷି ବିଭାଗ କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ବିଭାଗୀୟ ବରିଷ୍ଠ ଅଧିକାରୀମାନେ ସାମିଲ…

ପୁରୀର ଦିଗବାରେଣୀ ବେଳାଭୂମିଠାରେ ଅତ୍ୟାଧୁନିକ ‘ଉଦ୍ଧାର କେନ୍ଦ୍ର’ ଏବଂ  ‘ୱାଚ୍ ଟାୱାର’ର ଶିଳାନ୍ୟାସ

ପୁରୀ/ଭୁବନେଶ୍ୱର: ଓଡ଼ିଶାରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟକୁ ଏକ ନିରାପଦ ତଥା ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ିତୋଳିବା ଦିଗରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ଏବଂ ଜାତୀୟ ଜଳକ୍ରୀଡ଼ା ସଂସ୍ଥାନ (NIWS)ର ମିଳିତ ସହଯୋଗରେ ଆଜି ପୁରୀଠାରେ ‘ସୁରକ୍ଷିତ ପର୍ଯ୍ୟଟକ ଅଭିଯାନ’ର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା…

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ଅଧୀନରେ ୧୫ ଜୁଲାଇ ୨୦୨୬ ରୁ ୧୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି। ଗଣମାଧ୍ୟମକୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ ବରିଷ୍ଠ ନାଗରିକମାନେ ଯେପରି ସମ୍ମାନ, ସୁରକ୍ଷା ଏବଂ ସରକାରୀ ସହାୟତା ସହିତ ଦେଶର ବିଭିନ୍ନ ପବିତ୍ର ଧାର୍ମିକ ସ୍ଥଳୀ ଭ୍ରମଣ କରିପାରିବେ, ତାହା ନିଶ୍ଚିତ କରିବା…

ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି – ଆରକ୍ଷୀ ମହାନିର୍ଦ୍ଦେଶକ

ପୁରୀ : ଆସନ୍ତା ୧୬ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଟାଉନ୍‌ହଲ୍ ପରିସରରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି।…

ମାତୃ-ନବଜାତ ଶିଶୁ ମୃତ୍ୟୁ ସଂଖ୍ୟା ହାର ହ୍ରାସ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ “ପ୍ରୋଆକ୍ଟିଭ୍‌ ଗଭର୍ଣ୍ଣାନ୍ସ ଆଟେମ୍ପ୍ଟ ଫର୍‌ ୟିଲ୍ଡିଂ  ରେଜଲଟ୍ସ ଆଣ୍ଡ ଆଡଭାନ୍ସିଂ ସୋସିଆଲ୍‌ ସେକ୍ଟର୍‌ (ପ୍ରୟାସ)”ର ଦ୍ୱିତୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।  ସ୍ୱାସ୍ଥ୍ୟ, ବିଦ୍ୟାଳୟ ଶିକ୍ଷା, ସାମାଜିକ କଲ୍ୟାଣ, ମହିଳା ସଶକ୍ତୀକରଣ ଏବଂ ପୁଷ୍ଟିସାଧନଭଳି ପ୍ରମୁଖ ସାମାଜିକ କ୍ଷେତ୍ରରେ ଫଳପ୍ରଦ କାର୍ଯ୍ୟାନ୍ୱୟନ, ନିୟମିତ ସମୀକ୍ଷା ଏବଂ ତ୍ୱରିତ ସଂଶୋଧନମୂଳକ ପଦକ୍ଷେପ ପାଇଁ ରାଜ୍ୟ ସରକାର ‘ପ୍ରୟାସ’ ମଞ୍ଚ ଗଠନ କରିଛନ୍ତି। କେନ୍ଦ୍ର ସରକାରଙ୍କ…

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ‘ଟ୍ରାଇବ୍ଏକ୍ସ (TribeX)’ ଡିଜିଟାଲ୍ ଶିକ୍ଷା ମଞ୍ଚର ଶୁଭାରମ୍ଭ

ଭୁବନେଶ୍ୱର: ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜନଜାତି ଗବେଷଣା ପ୍ରତିଷ୍ଠାନ (Tribal Research Institutes – TRIs)ଗୁଡ଼ିକର ସଶକ୍ତୀକରଣ ଉଦ୍ଦେଶ୍ୟରେ ଦୁଇ ଦିନିଆ ଜାତୀୟ କର୍ମଶାଳା ଆଜି ଭୁବନେଶ୍ୱରଠାରେ ଆରମ୍ଭ ହୋଇଛି। ଜନଜାତି ସମ୍ପ୍ରଦାୟର ଐତିହ୍ୟ ସଂରକ୍ଷଣ, ଗବେଷଣାକୁ ସୁଦୃଢ଼ କରିବା ଏବଂ ସମାବେଶୀ ବିକାଶକୁ ଆହୁରି ଗତିଶୀଳ କରିବା ଦିଗରେ ଭାରତ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାର ପୁନର୍ବ୍ୟକ୍ତି ହେଉଛି ଏହି କର୍ମଶାଳା। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ କର୍ମଶାଳାର ଉଦ୍‌ଘାଟନ କରିଥିଲେ। ଏହି…