‘ନିର୍ଭରଯୋଗ୍ୟ ଗ୍ରୀଡ୍ ପାଇଁ ସୌର ଏବଂ ପବନ ଶକ୍ତିର ମିଶ୍ରଣ ଜରୁରୀ’

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନବୀକରଣୀୟ ଶକ୍ତି ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଭାରତର ପବନ ଶକ୍ତି ଉତ୍ପାଦନର ଇତିହାସ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ରହି ଆସିଛି। ଓଡ଼ିଶା ପବନ ଓ ସୌରଶକ୍ତି ଭଳି ନବୀକରଣୀୟ ଶକ୍ତି ଲକ୍ଷ୍ୟ ପଥରେ ଅଗ୍ରଗତି କରୁଛି। ଏହାର ପ୍ରାକୃତିକ ସମ୍ପଦ, ଲମ୍ବା ଉପକୂଳ ଓ ଅବ୍ୟବହୃତ ଶୂନ୍ୟ ପାହାଡ଼…

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ନୂତନ ବାସଗୃହ ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ଓଡିଶା ନିର୍ମାଣ ନିଗମ ମାଧ୍ୟମରେ ନିର୍ମାଣ କରାଯିବ। ଉକ୍ତ ପ୍ରକଳ୍ପରେ ତଳ ମହଲାକୁ ମିଶାଇ ମୋଟ ପାଞ୍ଚ ମହଲା ବିଶିଷ୍ଟ ଅଟ୍ଟାଳିକା ନିର୍ମାଣ କରାଯିବ।  ଏହି ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ…

ଓଡ଼ିଶାରେ ଅରଫାନ ସର୍ଭେ ଆରମ୍ଭ

ଭୁବନେଶ୍ୱର: ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ – ୨୦୨୫।  ଜୁଲାଇ ୧୧ ତାରିଖରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଙ୍ଗନବାଡି କର୍ମୀମାନେ ଜୁଲାଇ ମାସ  ୨୧ ତାରିଖ ପର୍ଯ୍ୟନ୍ତ ଘରକୁ ଘର ବୁଲି ପିତୃମାତୃହୀନ ଶିଶୁଙ୍କର ଚିହ୍ନଟ ସହିତ ନିର୍ଦ୍ଦିଷ୍ଟ ଫର୍ମରେ ସବିଶେଷ ତଥ୍ୟ ସଂଗ୍ରହ କରୁଛନ୍ତି। ଏଥିରେ ଉଭୟ ପିତାମାତାଙ୍କୁ ହରାଇ ଥିବା ଶିଶୁ, ପିତାଙ୍କୁ ହରାଇ ମାତାଙ୍କ ସହିତ କିମ୍ବା ମାତାଙ୍କୁ ହରାଇ…

ବାଲେଶ୍ୱର ବନ୍ୟାସ୍ଥିତି: ଲୋକ ପ୍ରତିନିଧିଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

ବାଲେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱରର ବିଭିନ୍ନ ବନ୍ୟାଜଳ ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ଲୋକ ପ୍ରତିନିଧିଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପ୍ରଥମେ ଆକାଶ ମର୍ଗରେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ବୁଲି ଦେଖିଥିଲେ। ଆକାଶମାର୍ଗରୁ ବନ୍ୟାଜଳ ପ୍ରଭାବିତ ଚାଷଜମି ଏବଂ ବିଭିନ୍ନ ଗାଁ ବନ୍ୟାଜଳରେ ପ୍ରଭାବିତ ହୋଇଥିବା ଅନୁଧ୍ୟନ କରିଥିଲେ। ବିଶେଷ କରି ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ମୋଟ ୬ଟି…

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ର କାର୍ଯ୍ୟାନ୍ୱୟନକୁ ସୁଦୃଢ଼ ​​କରିବା ଉଦ୍ଦେଶ୍ୟରେ ଭାରତ ସରକାର ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ…

ସୁରକ୍ଷିତ ବିଦ୍ୟୁତ ଭିତ୍ତିଭୂମି ଆମର ପ୍ରାଥମିକତା- ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନରେ ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ (ଓପିଜିସି)ର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।  ରାଜ୍ୟର ୩୦ ପ୍ରତିଶତରୁ ଅଧିକ ଲୋଡ଼ର ଚାହିଦା ପୂରଣ କରୁଛି ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ। ଏହାସହ, ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ର ସ୍ଥାପନ, ପରିଚାଳନା ଏବଂ ରକ୍ଷଣାବେକ୍ଷଣ ମଧ୍ୟ କରିଥାଏ। ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମର ତଥ୍ୟ ପରିଚାଳନା, କାର୍ଯ୍ୟାବଳୀର ସୁରକ୍ଷା ଭିତ୍ତିଭୂମି ସୁଦୃଢ଼ ଓ…

ସଙ୍ଗାରେଡ୍ଡୀ ଦୁର୍ଘଟଣା: ଘଟଣାସ୍ଥଳରେ ୨ଜଣ ଓଡ଼ିଆ ଅଧିକାରୀ

ଭୁବନେଶ୍ୱର: ଜୁଲାଇ ୧ ତାରିଖରେ ତେଲେଙ୍ଗାନା ରାଜ୍ୟର ସଙ୍ଗାରେଡ୍ଡୀ ଜିଲ୍ଲା ସ୍ଥିତ ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍‌ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ କରିଥିବାବେଳେ ୫ଜଣ ବ୍ୟକ୍ତି ନିଖୋଜ ରହିଥିବାର ସୂଚନା ମିଳିଛି। ଏଥିସହ ୪ଜଣ ଓଡ଼ିଆ ବ୍ୟକ୍ତି ଆହତ ହୋଇ ନିକଟତମ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏହି ସମସ୍ତ ଓଡ଼ିଆ ବ୍ୟକ୍ତି ସିଗାଚୀ ଫାର୍ମା କମ୍ପାନୀର କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ଉକ୍ତ ଓଡ଼ିଆ ବ୍ୟକ୍ତିମାନଙ୍କର ଉଦ୍ଧାର କାର୍ଯ୍ୟ ସମେତ ପରିବାରବର୍ଗଙ୍କୁ…

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦିନକରେ ମିଳିଲା ଦିବ୍ୟଙ୍ଗ ପ୍ରମାଣପତ୍ର

ଭୁବନେଶ୍ଵର: ରାଜ୍ୟ ସରକାର ଦିବ୍ୟଙ୍ଗଙ୍କ ହିତପ୍ରତି ପ୍ରାଧାନ୍ୟ ଦେଇ ସଦା ସର୍ବଦା ସମର୍ପିତ ରହି କାର୍ଯ୍ୟ କରୁଛନ୍ତି l ସେହି କ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶରେ ଜଣେ ଦିବ୍ୟଙ୍ଗ ହିତାଧିକାରୀଙ୍କୁ ତାଙ୍କ ଦିବ୍ୟଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇ ପାରିଛି l   ସୂଚନାଯୋଗ୍ୟ ଯେ ଯାଜପୁର ଜିଲ୍ଲାର ପ୍ରଫୁଲ୍ଲ ଦାସ ଯିଏକି ଦୃଷ୍ଟିବାଧିତ ଅଟନ୍ତି ତାଙ୍କର ଦିବ୍ୟଙ୍ଗ ପ୍ରମାଣପତ୍ର ନଥିଲା l ସେଥିପାଇଁ ସେ ପ୍ରମାଣପତ୍ର ପାଇବା ନେଇ…

ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ଓଡ୍ରାଫ ଟିମ ନିୟୋଜିତ

ବାଲେଶ୍ୱର : ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ  ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା ପ୍ରଭାବିତ ଉଭୟ ଜିଲ୍ଲାରେ ବ୍ୟାପକ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ନିରନ୍ତର ନିୟୋଜିତ ହୋଇଛି। ଓଡ୍ରାଫ ଟିମ ଲୋକଙ୍କ ଧନ ଜୀବନ ସୁରକ୍ଷିତ କରିବାରେ  ପ୍ରମୁଖ ଭୁମିକା ଗ୍ରହଣ…

ବାଷ୍ପୀତ୍ର ପ୍ରଚାଳନ ଯନ୍ତ୍ରୀମାନଙ୍କ ପାଇଁ କର୍ମଶାଳା

ଭୁବନେଶ୍ବର: ରାଜ୍ୟର ଶିଳ୍ପ ପ୍ରତିଷ୍ଠାନ ମାନଙ୍କରେ ଅବସ୍ଥାପିତ ବାଷ୍ପୀତ୍ର ପ୍ଳାଣ୍ଟ ଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ସହିତ ଚାଳନ ପଦ୍ଧତିକୁ ଅଧିକ ପ୍ରଭାବୀ ଏବଂ ପାରଦର୍ଶୀ କରିବା ଲକ୍ଷ୍ୟରେ କାରଖାନା ମାନଙ୍କରେ କାର୍ୟ୍ୟରତ ବାଷ୍ପୀତ୍ର ପ୍ରଚାଳନ ଯନ୍ତ୍ରୀମାନଙ୍କ ପାଇଁ ଏକ କର୍ମଶାଳା ଭୁବନେଶ୍ବରର ରାଜ୍ୟ ଶ୍ରମ ସଂସ୍ଥାନ ରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ କର୍ମଶାଳାକୁ ମୁଖ୍ୟ ଅତିଥି ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗ ଅତିରିକ୍ତ ଶାସନ ସଚିବ ତଥା କାରଖାନା ଏବଂବାଷ୍ପୀତ୍ର ନିର୍ଦ୍ଦେଶକ ଏବଂ …