ସାଇବର ସୁରକ୍ଷାକୁ ଅଧିକ ସୁଦୃଢ କରାଯିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
ଭୁବନେଶ୍ୱର: ଅକ୍ଟୋବର ୧୮ରୁ ୧୭ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଉଭୟ ଅନ୍ଲାଇନ ଓ ଅଫଲାଇନ୍ ମୋଡରେ ସାଇବର ସୁରକ୍ଷା ସଚେତନତା ସଂପର୍କରେ ରାଜ୍ୟବ୍ୟାପୀ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୧୮ରୁ କଳିଙ୍ଗ ଷ୍ଟାଡିଅମ ଠାରୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…


