ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ
କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି…


