ତମାଣ୍ଡୋ ଫୁଟବଲ୍ ପଡ଼ିଆ ଓ ସିନ୍ଥେଟିକ ଟ୍ରାକ୍ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର : ଭୁବନେଶ୍ୱର ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ (GCPE) ପରିସରରେ ଏକ ନୂତନ ୨୫ ମିଟର ବିଶିଷ୍ଟ ଇନଡୋର ସୁଇମିଂପୁଲର ଶୁଭ ଉଦଘାଟନ ହୋଇଯାଇଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପୁଲ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (OBCC) ଦ୍ୱାରା ପ୍ରାୟ ୧୧.୬୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଏହି କାର୍ଯ୍ୟକ୍ରମରେ ,…

ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା

ଭୁବନେଶ୍ୱର : ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ  ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯୁଦ୍ଧ କୌଶଳ, ଶାରୀରିକ ସାମର୍ଥ୍ୟ, ରଣନୀତି କୌଶଳ ଓ ମାନସିକ ସହନଶୀଳତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଆୟୋଜନ କରାଯାଇଛି ବୋଲି ମୁଖ୍ୟ ଅତିଥି ଭାବେ ଯୋଗ  ଦେଇ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା କହିଛନ୍ତି । ଏହି ପ୍ରତିଯୋଗିତାରେ ଓଡ଼ିଶା…

ଓଡିଶା ମାଷ୍ଟର୍ସ ୨୦୨୫: ଉନ୍ନତି ହୁଡ଼ା ମହିଳା ଚମ୍ପିୟାନ, ରନର୍ସ ଅପ ହେଲେ ଇସାରାଣୀ ବରୁଆ

ଭୁବନେଶ୍ୱର/କଟକ: କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଯାପିତ ହୋଇଯାଇଛି। ଡିସେମ୍ବର ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାର ପ୍ରତ୍ୟେକ ବର୍ଗର ଫାଇନାଲ ମ୍ୟାଚ୍ ଆଜି ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନୁଷ୍ଠିତ ହୋଇଥିଲା। ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗର ଫାଇନାଲ ମ୍ୟାଚ୍ ଆଜି…

ଓଡିଶା ମାଷ୍ଟର୍ସ ୨୦୨୫ ମହିଳା ବିଭାଗ ପ୍ରି କ୍ୱାର୍ଟରରେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅଦିତି ଭଟ୍ଟ

ଭୁବନେଶ୍ୱର/କଟକ: କଟକ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫”ର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ  ସମସ୍ତ ବିଭାଗର ୭୬ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l ଦ୍ଵିତୀୟ ଦିନର ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ରାଜ୍ୟସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ…

ଓଡ଼ିଆ ଖେଳାଳୀ ତନଭି ପତ୍ରିଙ୍କୁ ଦ୍ବିମୁକୁଟ

ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିଅର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ ହୋଇଯାଇଛି l ଚୂଡାନ୍ତ ଦିବସରେ ଖେଳାଯାଇଥିବା ୧୫ ଓ ୧୭ ବର୍ଷରୁ କମ୍ ଉଭୟ ବିଭାଗରେ ଓଡ଼ିଆ ଖେଳାଳୀ ତନଭି ପତ୍ରି ବିଜୟୀ ହୋଇ ଦ୍ବିମୁକୁଟ ଲାଭ କରିଛନ୍ତି। ୧୫ବର୍ଷ ରୁ କମ୍ ବୟସ ବର୍ଗର  ଫାଇନାଲରେ ତନଭି ତେଲେଙ୍ଗାନାର ଅବନୀ ବିକ୍ରମ ଗୋବିନ୍ଦଙ୍କୁ  21-9…

ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ

କଟକ : କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେଉଛି ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ ୯ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ କରାଯିବ। ଓଡ଼ିଶାରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଥର ପାଇଁ ଆୟୋଜିତ ହେଉଛି। ଚଳିତ…

କ୍ରିକେଟ ମ୍ୟାଚ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

କଟକ : ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ  ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।  ଖେଳାଳି, ଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ତଥା ଟ୍ରାଫିକ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି।  ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାରେ ୯ ଜଣ ଅତିରିକ୍ତ ଏସପି,…

୪ ଜଣ ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି  ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା  ପ୍ରତିନିଧିତ୍ବ କରିଥିଲେ। ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ…

ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର : ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ପାରା ସନ୍ତରଣ ଦଳ ଏହି ପ୍ରତିଯୋଗିତାରେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ଯ ଓ ୧୩ଟି କାଂସ୍ଯ ସର୍ବମୋଟ ୩୯ଟି ପଦକ ହାସଲ କରିଛନ୍ତି। ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ପାରା ସନ୍ତରଣ ଦଳର କ୍ରୀଡ଼ାବିତ୍‌ମାନଙ୍କୁ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି। “ପାରା…

ପ୍ରତ୍ୟେକ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣକୁ ଅନ୍ତର୍ଜାତୀୟ ମାନର କରିବା ଉପରେ ପୂର୍ତ୍ତ ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ଆଜି ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। କୃଷି, ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଭିତ୍ତିଭୂମି ନିର୍ମାଣ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ଆଜି ବିଭିନ୍ନ ରାଜ୍ୟର ଦୃଷ୍ଟି ଆକର୍ଷଣ କରିପାରିଛି। କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରି ତୃଣମୂଳସ୍ତରରୁ କ୍ରୀଡ଼ାକୁ ଆଗେଇ ନେବା ପାଇଁ ଥିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଅଧିକାରୀ ତଥା ଇଂଜିନିୟରମାନଙ୍କୁୁ ଆଗଭର ହୋଇ…