ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଯାପିତ

ଭୁବନେଶ୍ବର : ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର(World Skill Centre) ଓ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଭୁବନେଶ୍ବରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ ଉଦଯାପନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା…

ଭୁବନେଶ୍ୱରର ଇନ୍‌ଫୋଭ୍ୟାଲି ଠାରେ ସିକ୍‌ସେମ୍‌ (SiCSem) ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି। ଭୁବନେଶ୍ୱରର ଇନ୍‌ଫୋଭ୍ୟାଲିଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।  ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାଦ୍ୱାରା ପ୍ରାୟ ୧୦୦୦ ପ୍ରଫେସନାଲ ମାନଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି…

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏକାକାଳୀନ ଭାବେ ଦୁଇଟି ସ୍ଥାନରେ ବିଭିନ୍ନ ଟ୍ରେଡ୍ କୁ ନେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭୁବନେଶ୍ବରସ୍ଥିତ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ IT-ITes ଟ୍ରେଡ୍ ସମ୍ପର୍କରେ ପ୍ରଶିକ୍ଷଣ  ଦିଆଯାଉଥିବା ବେଳେ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ Electronics…

ଡାଲି, ତୈଳବୀଜ ଏବଂ ଉଦ୍ୟାନ କୃଷି ଫସଲକୁ ପ୍ରୋତ୍ସାହନ

ଭୁବନେଶ୍ୱର: କୃଷି ଭବନ ଅଡିଟୋରୀୟମରେ ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ- ୨୦୨୫-୨୬ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ ଯୋଗଦେଇଥିଲେ। ରବି ଅଭିଯାନ ୨୦୨୫-୨୬କୁ ଓଡିଶାର ମୁଖ୍ୟ ଶାସନ ସଚିବ ୨୨ ଅକ୍ଟୋବର ୨୦୨୫ରେ ଅନୁମୋଦନ କରିଛନ୍ତି। ରବି ଅଭିଯାନର…

‘ରାଜ୍ୟର ଯୁବପିଢ଼ିଙ୍କୁ ଦକ୍ଷତା ବିକାଶ କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷର ନୂତନ ମାର୍ଗଦର୍ଶନ ଦେବ’

ଭୁବନେଶ୍ୱର : ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଦକ୍ଷତା ବିକାଶ ଓ ବୈଷୟିକ ବିକାଶ ବିଭାଗ ପକ୍ଷରୁ ଦେଶର ତିନୋଟି ପ୍ରମୁଖ ଅନୁଷ୍ଠାନ ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଓଡ଼ିଶା ସରକାରଙ୍କର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଓ ଗତି ଫାଉଣ୍ଡେସନ, ଜଷ୍ଟ ଜବ୍‌ସ ନେଟ୍‌ୱାର୍କ ଏବଂ ଫୁଟ୍‌ୱୟାର ଡିଜାଇନ୍‌ ଡେଭଲପମେଣ୍ଟ ଇନ୍‌ଷଫିଚୁ୍ୟଟ୍‌, ଏପ୍‌ଡିଡିଆଇ ସହିତ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ବୁଝାମଣାପତ୍ର…

ରାଜ୍ୟରେ ନଭେମ୍ବର ୨୦୨୫ରୁ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ କୃଷି ଯାନ୍ତ୍ରୀକିକରଣ ମେଳା

ଭୁବନେଶ୍ୱର : ରାଜ୍ୟରେ କୃଷି ପଦ୍ଧତିକୁ ଉନ୍ନତ କରିବା, ଉତ୍ପାଦକତା ବୃଦ୍ଧି କରିବା ଏବଂ ଚାଷୀଙ୍କୁ ସଶକ୍ତ କରିବା ପାଇଁ ଓଡ଼ିଶା ସରକାର କୃଷି ଯାନ୍ତ୍ରୀକିକରଣକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି। ଉପଲବ୍ଧ ତଥ୍ୟ ଅନୁଯାୟୀ, ୨୦୨୪-୨୫ ମସିହାରେ ଓଡ଼ିଶାରେ କୃଷି ବିଦ୍ୟୁତ୍ ଉପଲବ୍ଧତା ପ୍ରତି ହେକ୍ଟର ୨.୬୧ କିଲୋୱାଟକୁ ବୃଦ୍ଧି ପାଇଛି, ୨୦୩୬ ସୁଦ୍ଧା ଏହା ୩.୫୦ କିଲୋୱାଟ/ହେକ୍ଟର ଏବଂ ୨୦୪୭ ସୁଦ୍ଧା ୪.୫୦ କିଲୋୱାଟ/ହେକ୍ଟର ହେବ ବୋଲି ଆକଳନ କରାଯାଇଛି ଏବଂ ତଦନୁଯାୟୀ ରୋଡ଼ମ୍ୟାପ ପ୍ରସ୍ତୁତ…

ଆଧୁନିକ ଜ୍ଞାନ କୌଶଳ, କୃତ୍ରିମ ବୁଦ୍ଧିମତା ଓ ନିର୍ମାଣର ସ୍ଥାୟୀତ୍ୱ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଆଜିର ଯୁଗ ହେଉଛି ଟେକନୋଲୋଜିର ଯୁଗI ଯେଉଁ ଦେଶ ଟେକନୋଲୋଜିରେ ଯେତେ ଆଗୁଆ ସେ ଦେଶ ସେତେ ମାତ୍ରାରେ ପ୍ରଗତିଶୀଳI ଆଜିର ଦଶକରେ ଭାରତ ଆଧୁନିକ ଜ୍ଞାନକୌଶଳ ଓ ଟେକନୋଲୋଜି କ୍ଷେତ୍ରରେ ବେଶ ଆଗରେ ପହଂଚି ପାରିଛି I ତେଣୁ କୋଠାବାଡି, ରାସ୍ତା ତଥା ସେତୁ ନିର୍ମାଣରେ ରାଜ୍ୟର ଇଞ୍ଜିନିୟର ମାନେ ନୂଆ ଟେକନୋଲୋଜି, ନୂଆ ଡିଜାଇନ ଏବଂ କୃତ୍ରିମ ବୁଦ୍ଧିମତାକୁ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ…

‘ପରିବେଶ ଅନୁକୂଳ ଭିତ୍ତିଭୂମିକୁ ଦିଆଯିବ ବାସ୍ତବ ରୂପ’

ଭୁବନେଶ୍ୱର: ବିଭିନ୍ନ ପ୍ରକାର ବିକାଶ ମୂଳକ ନିର୍ମାଣ କାର୍ଯ୍ୟ ସମୟରେ ପରିବେଶ ଉପରେ ଏହାର  କ’ଣ କୁପ୍ରଭାବ ପଡୁଛି ସେ ବିଷୟରେ ଅନେକ ସମୟରେ ଚିନ୍ତା କରାଯାଉ ନାହଁ I ଯାହା ଫଳରେ ପରବର୍ତ୍ତୀ ସମୟରେ ଏହାର କୁପରିଣାମ ସମଗ୍ର ଜୀବଜଗକୁ ଭୋଗିବାକୁ ପଡୁଛିI ତେଣୁ  ପରିବେଶ ଅନୁକୂଳ ନିର୍ମାଣ ଉପରେ ଗୁରୁତ୍ୱ ଦେବାକୁ ପଡିବI  ଏହି କ୍ରମରେ ଅଭିନବ ଜୈବ-ଏନଜାଇମାଟିକ୍ ମାଟି ସ୍ଥିରକାରୀ ଟେରାଜାଇମ୍ (Terrazyme) କୁ ବ୍ୟବହାର କରି କିଭଳି ଦୀର୍ଘସ୍ଥାୟୀ ତଥା ପରିବେଶ…

ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ କରିବାରେ କୃତ୍ରିମ ବୁଦ୍ଧିମତ୍ତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି: ଉନ୍ନୟନ କମିଶନର

ଭୁବନେଶ୍ୱର: ରାଜ୍ୟ ସୂଚନା ବିଜ୍ଞାନକେନ୍ଦ୍ର, ଓଡିଶା ଦ୍ଵାରା ଏହାର ଭୁବନେଶ୍ଵରସ୍ଥିତ ମୁଖ୍ୟାଳୟରେ ଏକ କୃତ୍ରିମ ବୁଦ୍ଧିମତ୍ତା ସଚେତନତା କର୍ମଶାଳା ଉଦ୍ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ ଓଡିଶା ସରକାରଙ୍କର ବିଭିନ୍ନ ବିଭାଗ ଏବଂ ସଂଗଠନରୁ ଶତାଧିକ ଅଧିକାରୀ ଯୋଗ ଦେଇଥିଲେ। କର୍ମଶାଳାକୁ ଓଡିଶା ରାଜ୍ୟ  ସରକାରଙ୍କ ଉନ୍ନୟନ କମିଶନର ତଥା ଯୋଜନା ଓ ସଂଯୋଜନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଉଦ୍ଘାଟନ କରି କୃତ୍ରିମ ବୁଦ୍ଧିମତ୍ତା ତଥା ଅନ୍ୟ କେତେକ ଟେକ୍ନୋଲୋଜି…

ଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ କିଣିପାରିବେ

ଭୁବନେଶ୍ବର : ଓଡ଼ିଶା ଯାତ୍ରୀ ଆପ୍‌ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ। ଏଣିକି ଏହି ଆପ୍‌ ମାଧ୍ୟମରେ ଆମ ବସ୍‌ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍‌ କିଣିପାରିବେ।  ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖଦ୍‌ ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ ଆପ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି। ରାଜ୍ୟ ସରକାରଙ୍କ ଆମ ବସ୍‌ ସେବା ଅଧୀନରେ ଚଳାଚଳ କରୁଥିବା ଯେକୌଣସି ବସ୍‌ରେ ଯାତାୟାତ ନିମନ୍ତେ ଏହି ଆପ୍‌…