ଓଡ଼ିଶାର ଐତିହ୍ୟ, ସାଂସ୍କୃତିକ ଗୌରବ ଗାଥାକୁ ବିଶ୍ୱବିଦିତ କରିବାରେ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ସହାୟକ ହେବ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଏକ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଉଦ୍‌ଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓକୁ ଉଦ୍‌ଘାଟନ କରିଥିଲେ। “ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ସ୍ଥାପିତ ହୋଇଥିବା ଏହି ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଓଡ଼ିଶାର ନୃତ୍ୟ, ସଙ୍ଗୀତ ଓ ନାଟକ ଜଗତକୁ ସମର୍ପିତ। ଏହାଦ୍ୱାରା…

କର୍ଣ୍ଣାଟକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଅନୁଧ୍ୟାନ କଲେ ଓଡ଼ିଶାର ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର: କର୍ଣ୍ଣାଟକ ସରକାରଙ୍କର ଏକ ୨୨ ଜଣିଆ ପ୍ରତିନିଧି ଦଳ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଶ୍ୱ ଦକ୍ଷତା କେନ୍ଦ୍ର ଓ ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ଉତ୍କର୍ଷ ପାଇଁ ପ୍ରଦାନ କରାଯାଉଥିବା ବିଭିନ୍ନ ତାଲିମ କାର୍ଯ୍ୟକ୍ରମ ବୁଲି ଦେଖିବା ସହ ଏହାର ଭୂୟସୀ ପ୍ରଶଂସା କରିଛନ୍ତି। ଓଡ଼ିଶା ସରକାରଙ୍କର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସହ ଖାରବେଳ ଭବନଠାରେ କର୍ଣ୍ଣାଟକ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓଡ଼ିଶାରେ…

ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ପାଳିତ

ଭୁବନେଶ୍ୱର: ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ। ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ…

“ୟୁଜର୍ ଏକ୍ସପିରିଏନ୍ସ ଓ ଡିଜାଇନ୍ ସିଷ୍ଟମ୍” ରାଜ୍ୟସ୍ତରୀୟ ସଚେତନତା ଓ କର୍ମଶାଳା ଆୟୋଜିତ

ଭୁବନେଶ୍ୱର:  ଲୋକସେବା ଭବନ କନଭେନସନ ସମ୍ମିଳନୀ କେନ୍ଦ୍ରରେ ଉପଭୋକ୍ତା ଅଭିଜ୍ଞତା ଏବଂ ଡିଜାଇନ୍ ସିଷ୍ଟମ ଉପରେ ରାଜ୍ୟସ୍ତରୀୟ ସଚେତନତା ଏବଂ ସମ୍ବେଦନଶୀଳତା କର୍ମଶାଳା ଆୟୋଜିତ ହୋଇଛି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ  ବିଶାଳ କୁମାର ଦେବ ଏହି  କର୍ମଶାଳାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଡିଜିଟାଲ୍ ସେବାର ମୂଳକେନ୍ଦ୍ରରେ ନାଗରିକଙ୍କ ଆବଶ୍ୟକତାକୁ ରଖି, ସୁଗମ ଓ ସମାବେଶୀୟ ପ୍ଲାଟଫର୍ମ ସୃଷ୍ଟି କରିବା ଆମର ପ୍ରାଥମିକତା ହେବା ଦରକାର …

ଆଇଟିଆଇ ଉନ୍ନତିକରଣ ପାଇଁ ଜାତୀୟ ଯୋଜନା ଉପରେ ପରାମର୍ଶଦାତା କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟରେ ବୈଷୟିକ ଶିକ୍ଷାର ଭବିଷ୍ୟତ ଗଠନ ପାଇଁ ନୀତି ନିର୍ଦ୍ଧାରକ, ଶିଳଳ୍ପୋଦ୍ୟୋଗୀ ଏବଂ ତାଲିମ ବିଶେଷଜ୍ଞଙ୍କୁ ଏକତ୍ରିତ କରି ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ ହୋଇଯାଇଛି। ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା (ଏମ୍‌ଏସଡିଇ)ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ମିଳିତ ଭାବରେ ଆୟୋଜିତ ଏହି କର୍ମଶାଳାରେ ହବ୍‌-ଏଣ୍ଡ-ସ୍ପୋକ୍‌ ମଡେଲ୍‌ ମାଧ୍ୟମରେ…

ଆଇଆଇଏମ୍‌, ସମ୍ବଲପୁର ସହ ଚୁକ୍ତି କଲା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି…

ସବୁଜ ସଡକ ନିର୍ମାଣରେ ପ୍ଲାଷ୍ଟିକ ବର୍ଜ୍ୟ ବ୍ୟବହାର ହେବ

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ ପରିବେଶ-ଅନୁକୂଳ ଅଭ୍ୟାସ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଲୋକପାତ କରିଥିଲେ ଯେ ପ୍ଲାଷ୍ଟିକ୍ ଅଳିଆ, ବିଶେଷକରି ବୋତଲ ଏବଂ କ୍ୟାରୀ ବ୍ୟାଗ…

ବିଶ୍ୱସ୍ତରରେ ଡିଜିଟାଲ୍ ପ୍ରତିଭା କେନ୍ଦ୍ର ଭାବରେ ଓଡ଼ିଶାର ଭୂମିକାକୁ ସୁଦୃଢ଼ ହେବ: ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସିଙ୍ଗାପୁରସ୍ଥିତ ଗ୍ଲୋବାଲ୍ ଫାଇନାନ୍ସ ଆଣ୍ଡ୍ ଟେକ୍ନୋଲୋଜି ନେଟୱାର୍କ (GFTN) ସହଭାଗିତାରେ ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ (I-GFTCH) ର ଆନୁଷ୍ଠାନିକ ଶୁଭାରମ୍ଭ ୨୧ ଅଗଷ୍ଟ ୨୦୨୫ରେ ଅନୁଷ୍ଠିତ ହେବ। ଏ ସଂପର୍କରେ କୃଷି ଭବନସ୍ଥିତ  ଅଡ଼ିଟୋରିଅମରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାର ଯୁବକଯୁବତୀମାନଙ୍କ ଦକ୍ଷତା ଯେତେ ବୃଦ୍ଧି ହେବ ଓଡ଼ିଶାର ଅର୍ଥନୀତି ସେତେ ସୁଦୃଢ ହେବ। ସେକଥାକୁ…

କୃଷି-ପ୍ରଯୁକ୍ତି ବିଦ୍ୟା ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ସୋସିଆଲ ଆଲଫା ଏବଂ ଓଡ଼ିଶା ସରକାରଙ୍କ ବହୁଭାଗୀ କର୍ମଶାଳା

ଭୁବନେଶ୍ୱର: ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହିତ ସହଭାଗୀତାରେ ସୋସିଆଲ ଆଲଫା ଭୁବନେଶ୍ୱରର ହୋଟେଲ ପ୍ରେସିଡେନ୍ସୀରେ “ଓଡ଼ିଶାରେ କୃଷି-ପ୍ରଯୁକ୍ତିକୁ ପ୍ରୋତ୍ସାହିତ କରିବା” ଉପରେ ଏକ ରାଜ୍ୟସ୍ତରୀୟ ବହୁଭାଗୀ କର୍ମଶାଳା ଆୟୋଜିତ ହୋଇଯାଇଛି। କର୍ମଶାଳାରେ ପ୍ରଦର୍ଶିତ ପ୍ରଯୁକ୍ତିବିଦ୍ୟା ସହିତ ଚାଷୀମାନେ ଉଦ୍ଭାବନକୁ ପ୍ରତ୍ୟକ୍ଷ ଭାବରେ ବ୍ୟବହାର କରିଥିଲେ। ଉତ୍ପାଦ ପ୍ରଦର୍ଶନ, ଦର୍ଶକଙ୍କ ସହିତ ଏକ ଖୋଲା ପ୍ରଶ୍ନୋତ୍ତର ଏବଂ ନୀତି ନିର୍ଦ୍ଧାରକ, ପ୍ରଯୁକ୍ତିବିଦ୍ୟା ବୈଧତା ସଂସ୍ଥା ଏବଂ ଷ୍ଟାର୍ଟଅପ୍ ଆଦି ଉଚ୍ଚସ୍ତରୀୟ ପ୍ୟାନେଲ୍ ଆଲୋଚନା…

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ କରିବାରେ ସହାୟକ ହେଉଛି ବିଶ୍ୱ ଦକ୍ଷତା କେନ୍ଦ୍ର

ଭୁବନେଶ୍ୱର: ‘‘ବିଦେଶରେ ଚାକିରି କରିବି ବୋଲି ମୁଁ କେବେ ଭାବି ନଥିଲି । ବିଶ୍ୱ ଦକ୍ଷତା କେନ୍ଦ୍ର ଯୋଗୁଁ ଆଜି ତାହା ସମ୍ଭବ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍ ପାଠ୍ୟକ୍ରମରେ ତାଲିମ ଶେଷକରି ଏବେ ଦୁବାଇରେ ଏକ ପ୍ରମୁଖ କମ୍ପାନିରେ ନିଯୁକ୍ତି ପାଇଛି। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ମୋ’ ଘର ଚଳିବା ସହ ଦୁଇ ଭାଇ ଓ ଭଉଣୀଙ୍କ କ୍ୟାରିୟର ଗଢ଼ିବା ପାଇଁ ଉଦ୍ୟମ କରୁଛି,’’ ଏହା…