ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ
ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏକାକାଳୀନ ଭାବେ ଦୁଇଟି ସ୍ଥାନରେ ବିଭିନ୍ନ ଟ୍ରେଡ୍ କୁ ନେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭୁବନେଶ୍ବରସ୍ଥିତ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ IT-ITes ଟ୍ରେଡ୍ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଉଥିବା ବେଳେ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ Electronics…


