ଓଡ଼ିଶା ବିଦ୍ୟୁତ ସଂସ୍କାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି: ଟୋନି ବ୍ଲେୟାର
ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କେ ଭି ସିଂହଦେଓ ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜ (ଟିବିଆଇ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଟୋନି ବ୍ଲେୟାରଙ୍କୁ ଦିଲ୍ଲୀର ତାଜ ପ୍ଯାଲେସ ହୋଟେଲରେ ଭେଟିଛନ୍ତି। ଉଭୟ ନେତାଙ୍କ ଉପସ୍ଥିତିରେ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ, ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, କାନପୁର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜ ଦ୍ୱାରା ଏକ ତ୍ରିପାକ୍ଷିକ ଇଣ୍ଟେଣ୍ଟ ଲେଟର (ଏଲଓଆଇ) ସ୍ୱାକ୍ଷରିତ ହୋଇଛି।…


