୪୫ତମ IITF-2026 ଉଦ୍‌ଘାଟନ କଲେ ମୁଖ୍ୟ ଶାସନ ସଚିବ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ  ଅନୁଷ୍ଠିତ ୪୫ତମ ଭାରତ ଆନ୍ତର୍ଜାତୀୟ ବାଣିଜ୍ୟ ମେଳା (IITF)-୨୦୨୬ର ହଲ୍-୩ରେ ଓଡ଼ିଶା ପାଭିଲିୟନ୍ର ଉଦ୍‌ଘାଟନ କରିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ମେଳାର ମୁଖ୍ୟ ବିଷୟବସ୍ତୁ ‘ବିକାଶ ଓ ବିରାସତ୍’ (ବିକାଶ ଏବଂ ଐତିହ୍ୟ) ସହ ସମତାଳ ରଖି, ଓଡ଼ିଶା ପାଭିଲିୟନ୍‌କୁ ‘ଯେଉଁଠାରେ ବିରାସତ୍ ବିକାଶକୁ ଅନୁପ୍ରାଣିତ କରେ’ (Where Virasat Inspires Vikas) ଶୀର୍ଷକରେ ଉପସ୍ଥାପନ କରାଯାଇଛି। ଏହା ରାଜ୍ୟର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ପାରମ୍ପରିକ କାରିଗରୀ,…

‘ବିକଶିତ ଓଡ଼ିଶା ୨୦୩୬’ଏବଂ ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡ଼ିଶା’ଲକ୍ଷ୍ୟ ସାଧନ ପାଇଁ ରଣନୈତିକ ସମନ୍ୱୟ ଓ ଉନ୍ନତିକରଣ ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ଓଡ଼ିଶାକୁ ଏକ ପ୍ରମୁଖ ଏବଂ ଦାୟିତ୍ୱଶୀଳ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀ ଭାବେ ଗଢ଼ି ତୋଳିବାର ରଣନୈତିକ ପ୍ରାଥମିକତା ଏବଂ ଏକ ବ୍ୟାପକ ରୋଡମ୍ୟାପ୍ ଉପରେ ବିଚାରବିମର୍ଶ କରିବା ପାଇଁ ପର୍ଯ୍ୟଟନ ଭବନଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ରାଜ୍ୟ ପର୍ଯ୍ୟଟନ ପରାମର୍ଶଦାତା ପରିଷଦ (STAC) ର ପ୍ରଥମ ବୈଠକ ଆୟୋଜନ କରିଛନ୍ତି। ପରିଷଦକୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ ‘ବିକଶିତ ଓଡ଼ିଶା ୨୦୩୬’ ର ଲକ୍ଷ୍ୟ ହାସଲ ଏବଂ ଜାତୀୟ ଲକ୍ଷ୍ୟ ‘ବିକଶିତ ଭାରତ ୨୦୪୭’ ରେ…

ଶିଳ୍ପ, ବାଣିଜ୍ୟ, ଉଦ୍ୟୋଗ, ଦକ୍ଷତା ବିକାଶ, ପର୍ଯ୍ୟଟନ ଓ ସଂସ୍କୃତି କ୍ଷେତ୍ରରେ ଓଡ଼ିଶା-ଜାପାନ ସହଯୋଗର ନୂଆ ସମ୍ଭାବନା

ଭୁବନେଶ୍ୱର: ଜାପାନର ଟୋଟୋରୀ ପ୍ରିଫେକ୍ଚରର ମାନ୍ୟବର ରାଜ୍ୟପାଳ ଶିଞ୍ଜି ହିରାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆସନ୍ତା ନଭେମ୍ବର ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଥିବା ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶା ଓ ଟୋଟୋରୀ ମଧ୍ୟରେ ଶିଳ୍ପ ଓ ବାଣିଜ୍ୟିକ ସହଭାଗିତା, ପୁଞ୍ଜିନିବେଶ, ଉଦ୍ୟୋଗିତା, ନବସୃଜନ, ଦକ୍ଷତା ବିକାଶ ଏବଂ ଯୁବପିଢ଼ିଙ୍କ ମଧ୍ୟରେ ଆଦାନପ୍ରଦାନକୁ…

ଇକୋ ରିଟ୍ରିଟ୍ ପ୍ରସ୍ତୁତିର ସମୀକ୍ଷା: ସ୍ଥାନୀୟ ରୋଜଗାର ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର,: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁ ଥିବା “ଇକୋ ରିଟ୍ରିଟ୍”ର ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଗୁଣାତ୍ମକ ପର୍ଯ୍ୟଟନ ଭିତ୍ତିଭୂମି, ସୁଗମ ପରିଚାଳନା, ଭ୍ରମଣକାରୀଙ୍କ ଉନ୍ନତ ଅନୁଭୂତି ଏବଂ ରାଜ୍ୟର ବୃଦ୍ଧିପାଉଥିବା ପର୍ଯ୍ୟଟନ ବ୍ୟବସ୍ଥାରେ ସ୍ଥାନୀୟ ସମୁଦାୟର ସକ୍ରିୟ ଭାଗିଦାରୀ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ସମୀକ୍ଷା ସମୟରେ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ଯେ ଇକୋ ରିଟ୍ରିଟ୍‌ର ଯୋଜନା ଓ…

ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପର୍ଯ୍ୟଟନ ଓ ଆତିଥ୍ୟ ଟ୍ରେଡରେ ଦକ୍ଷତା ତାଲିମ୍

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଓ ଧନ୍ଦାମୂଳକ ଅଧ୍ୟାପକମାନଙ୍କ ପାଇଁ ପାଞ୍ଚ ଦିନିଆ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟ (IHM)ଠାରେ ଆରମ୍ଭ ହୋଇଯାଇଛି।  ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିମନ୍ତେ ଏହି ପ୍ରଶିକ୍ଷଣର ଆୟୋଜନ କରାଯାଇଛି। ଏହି ପ୍ରଶିକ୍ଷଣରେ ପର୍ଯ୍ୟଟନ ଓ ଆତିଥ୍ୟ  ଟ୍ରେଡ୍ ର ୬୮ ଜଣ ଛାତ୍ରଛାତ୍ରୀ ଯୋଗ…

‘ପର୍ଯ୍ୟଟନ ଅର୍ଥନୈତିକ ଅଭିବୃଦ୍ଧି, ନିଯୁକ୍ତି ସୃଷ୍ଟି ଓ ଉଦ୍ୟମିତାର ଏକ ପ୍ରମୁଖ ମାଧ୍ୟମ’

ଭୁବନେଶ୍ୱର: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ସାମଗ୍ରିକ ବିକାଶ ସହ ରାଜ୍ୟର ପର୍ଯ୍ୟଟନସ୍ଥଳୀଗୁଡ଼ିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପରିଚିତ କରାଇବାକୁ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଆହ୍ୱାନ ଜଣାଇଛନ୍ତି। ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ, ନୂଆ ନିବେଶର ସୁଯୋଗ ସୃଷ୍ଟି ଏବଂ ଦୂରଦୂରାନ୍ତ ଅଞ୍ଚଳର ଲୋକଙ୍କୁ ଏହାର ସୁଫଳ ପହଞ୍ଚାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଦିନ ଭୁବନେଶ୍ୱରଠାରେ ଆୟୋଜିତ ସପ୍ତମ ଓଡ଼ିଶା ପର୍ଯ୍ୟଟନ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେଇ ରାଜ୍ୟପାଳ କହିଥିଲେ ଯେ, ଓଡ଼ିଶାର…

ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ଓଡ଼ିଶାର ହସ୍ତତନ୍ତ ଶାଢ଼ି ଓ ହସ୍ତଶିଳ୍ପ ଉତ୍ପାଦର ବିଶେଷ ଆକର୍ଷଣ

ନୂଆଦିଲ୍ଲୀ, ୧୩ ଅକ୍ଟୋବର ୨୦୨୬: ନୂଆଦିଲ୍ଲୀ ଠାରେ ଅବସ୍ଥାପିତ ଗ୍ରେଟର ନୋଏଡାର ଇଣ୍ଡିଆ ଏକ୍ସପୋ ସେଣ୍ଟର ଓ ମାର୍ଟରେ ଆରମ୍ଭ ହୋଇଛି ୬୨ତମ ‘ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାର। ଏହି ଅନ୍ତର୍ଜାତୀୟ ସ୍ତରର ମେଳାରେ ବିଶେଷ ଆକର୍ଷଣ ସାଜିଛି ଓଡ଼ିଶା ମଣ୍ଡପ। ମଙ୍ଗଳବାର ଦିନ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଓଡ଼ିଶା ମଣ୍ଡପକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ‘ଓଡ଼ିଶା…

ବଦଳିବ ଶ୍ରୀକ୍ଷେତ୍ରର ଚେହେରା: ବ୍ରିଜ୍‌, ବେଳାଭୂମି ଓ ମନ୍ଦିର ସୌନ୍ଦର୍ଯ୍ୟକରଣର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀକୁ ଏକ ବିଶ୍ୱସ୍ତରୀୟ ଐତିହ୍ୟ ଓ ପର୍ଯ୍ୟଟନ ସହର ଭାବେ ଗଢ଼ିତୋଳିବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନୀତିକାନ୍ତି ଏବଂ ସେବାୟତମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ସମସ୍ତ ପ୍ରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଥିବା ଏହି ବୈଠକରୁ ପ୍ରକାଶ ପାଇଛି। ଏହି…

୭ମ ଓଡ଼ିଶା ଟ୍ରାଭେଲ ବଜାର: ୯,୦୦୦ରୁ ଅଧିକ ସଂରଚିତ B2B ଏବଂ B2G ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମେଗା ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ବ୍ୟବସାୟିକ ସମ୍ଭାବନା ସୃଷ୍ଟି କରିଛି। ଏହି ବିଶାଳ…

ଅକ୍ଟୋବର ୩ ରୁ ୫ ତାରିଖ ଯାଏଁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬

ଭୁବନେଶ୍ଵର:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଓଡ଼ିଶା ଟ୍ରାଭେଲ ବଜାର (ଓଟିବି) ୨୦୨୬ ର ସପ୍ତମ ସଂସ୍କରଣ ବିଷୟରେ ଘୋଷଣା କରିଛନ୍ତି, ଯାହା ଅକ୍ଟୋବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରର ମେଫେୟାରରେ ଅନୁଷ୍ଠିତ ହେବ। ମେଫେୟାର ଲାଗୁନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ ଇଣ୍ଡିଆନ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହ‌ଯୋଗରେ ଆୟୋଜିତ…