କନ୍ଧମାଳ ପାଇଁ ପ୍ରାୟ ୭୫୦ କୋଟିର ୧୦ଟି ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବା…

ଚୂଡ଼ାନ୍ତ ଆଇ.ଟି ନୀତିରେ ଗବେଷଣା ଭିତ୍ତିରେ ୫ କୋଟି ପର୍ଯ୍ୟନ୍ତ ରିହାତି ବ୍ୟବସ୍ଥା

ଭୁବନେଶ୍ୱର: ଇଲେକ୍ଟ୍ରୋନିକ ଗବେଷଣା “ଓଡ଼ିଶା ପ୍ରଦତ୍ତ ସୁବିଧା: ଇ.ଏସ୍‍.ଡି.ଏମ୍‍. ଲକ୍ଷ୍ୟ ପୂରଣ ଦିଗରେ ଏକ ଅନୁପ୍ରେରଣା”ଶୀର୍ଷକ କର୍ମଶାଳାରେ ଆଇ.ଟି. ଶିଳ୍ପ କ୍ଷେତ୍ରର ପ୍ରତିନିଧି ଓ ଇ. ଆଣ୍ଡ ଆଇ.ଟି. ବିଭାଗ ଉଚ୍ଚ ପଦାଧିକାରୀଙ୍କ ମଧ୍ୟରେ ସରକାରଙ୍କ ନୀତି ତଥା ଶିଳ୍ପ ଅନୁକୂଳ ପ୍ରସ୍ତାବ ସଂପର୍କରେ ଆଲୋଚନା ତଥା ମତ ବିନିମୟ ହୋଇଥିଲା। ଉପସ୍ଥିତ ହିତଧାରକମାନେ ସେମାନଙ୍କ ପରିଚୟ ଏବଂ ନିଜ ନିଜ ସଂସ୍ଥାର ସଫଳତା ସହ ବିଭିନ୍ନ ସମସ୍ୟା ବଖାଣିବା ପରେ ବିଭାଗ ପକ୍ଷରୁ କରାଯାଇଥିବା ପଲିସି…

ଗୋଧନେଶ୍ୱର, ଖଇରମାଳ, ଉଲୁଣ୍ଡା ଓ ସୁରୁବାଲି ଠାରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ…

ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ।…

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଶୈଳଶ୍ରୀ ବିହାରସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଅଧ୍ୟକ୍ଷ ପ୍ରଦୀପ କୁମାର ଜେନା ଶ୍ରୀ ମହାନ୍ତିଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।  ଏହି ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି…

ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ ବାସୁଙ୍ଗା ପାଟ

ଭୁବନେଶ୍ୱର: ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍) କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି। ଏହି ପବିତ୍ର କାର୍ଯ୍ୟକୁ ମାନ୍ୟବର ମନ୍ତ୍ରୀ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପତାକା ଦେଖାଇ ପ୍ରେରଣ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୁଷ୍ପାଦି ପ୍ରଦାନ…

ଧାନକିଣା ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରାଜ୍ୟରେ ଚଳିତ ଋତୁରେ ରବି ଧାନ ସଂଗ୍ରହ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଓଡିଶା ରାଜ୍ୟ ଯୋଗାଣ ନିଗମ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରବି ଧାନ ସଂଗ୍ରହ ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟରେ ଚଳିତ ରବି ଋତୁରେଏପର୍ଯ୍ୟନ୍ତ ପ୍ରାୟ ୮୮ ହଜାର…

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜୁନ ୯ ରେ

ଭୁବନେଶ୍ୱର:  ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ…

ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଆଜି ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିପ୍ ନ୍ୟୁରାଲ୍ ନେଟୱାର୍କ (DNN) ଲାବୋରେଟୋରୀକୁ ଉଦଘାଟନ କରିଛନ୍ତି। ଏହି ଲାବୋରେଟୋରୀ ଭୁବନେଶ୍ୱରର ନୟାପଲ୍ଲୀରେ କ୍ରିଷ୍ଟେଲାର ଡିଫେନ୍ସ ଆଣ୍ଡ ଏରୋସ୍ପେସ୍ କାର୍ଯ୍ୟାଳୟ ପରିସରରେ ପ୍ରତିଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ସରକାରୀ ଅଧିକାରୀ, ପ୍ରତିରକ୍ଷା ବିଶେଷଜ୍ଞ, ଶିକ୍ଷାବିତ୍…

‘ରାଜସ୍ୱ ଅଧିକାରୀ ଜନସାଧାରଣଙ୍କ ଆସ୍ଥା ଭାଜନ ହୁଅନ୍ତୁ’

ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଚାଲିଥିବା ରାଜସ୍ୱ ଅଧିକାରୀ ମାନଙ୍କ ସମ୍ମିଳନୀ ଉଦଯାପିତ ହୋଇଛି| ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଲେ ଯେ ରାଜସ୍ୱ ଅଧିକାରୀ ମାନଙ୍କୁ ଜନସାଧାରଣ ତଥା ରାଜ୍ୟର ସ୍ୱାର୍ଥକୁ ଆଖି ଆଗରେ ରଖି ନିଷ୍ଠାପର ଭାବେ କାର୍ଯ୍ୟ କରିବାକୁ ପଡିବ|ସାଧାରଣ ଜନତାଟିଏ ସଠିକ ସମୟରେ ଉପଯୁକ୍ତ ନ୍ୟାୟ ପାଇବା ଉଚିତ | ଆପଣମାନଙ୍କୁ ସମସ୍ତ ସମସ୍ୟାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ…