ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର: ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ଯାହା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଉପସ୍ଥାପନ କରାଯିବ। ସହରାଞ୍ଚଳ ଭିତ୍ତିଭୂମି ବୃଦ୍ଧି ସହ…
