ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍ ସିନ୍ଦୁରର ସଫଳତା ପରେ ବୁଧବାର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ। ଏହି ଯାତ୍ରା, ସକାଳ ୮ଟାରେ କଳିଙ୍ଗ ଷ୍ଟାଡିଅମ ଠାରୁ ଆରମ୍ଭ ହୋଇ ରାଜଭବନ ପର୍ୟ୍ୟନ୍ତ ଯାଇଥିବା ବେଳେ, ପୋଲିସ ବାହିନୀ, ସୁରକ୍ଷା ବାହିନୀ, ଲୋକପ୍ରତିନିଧି ଏବଂ ସାଧାରଣ…
