ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ହୁ ଇଜ୍ ହୁ’ପୁସ୍ତକ ଲୋକର୍ପିତ
ଭୁବନେଶ୍ୱର: ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ। ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ କ୍ରାନ୍ତି ଆଣି ଦେଇଥିଲା। ଓଡ଼ିଶାର ମାଟି, ପାଣି, ପବନ ସହ ଓତଃପ୍ରୋତଃ ଭାବେ ଜଡ଼ିତ ମହତାବ ସାରା ରାଜ୍ୟରେ ଏକ ସଚେତନ ବାତାବରଣ ସୃଷ୍ଟି କରିଥିଲେ। ମହାତ୍ମା ଗାନ୍ଧୀଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଅର୍ଦ୍ଧଶତାବ୍ଦୀରୁ…


