ବାହୁଡା ଯାତ୍ରା ଏବଂ ସୁନାବେଶ ପାଇଁ ରେଳ ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ
ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରା ଏବଂ ସୁନାବେଶରେ ବିପୁଳ ଭକ୍ତସମାବେଶକୁ ଦୃଷ୍ଟିରେ ରଖି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ପୂର୍ବତଟ ରେଳପଥ, ଭୁବନେଶ୍ୱରର ମହାପ୍ରବନ୍ଧକଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇ ପୁରୀ ରେଳ ଷ୍ଟେସନରେ ଭିଡ଼ ପରିଚାଳନା ଏବଂ ଯାତ୍ରୀ ସୁରକ୍ଷା ପ୍ରୋଟୋକଲର ସମୀକ୍ଷା କରିଛନ୍ତି। ଡିଜିପି, ଏଡିଜି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ପୁରୀରେ ଆସିବାକୁ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସୁରକ୍ଷା…
