ଜଳ ଓ ଭେକ୍ଟର ବାହିତ ରୋଗ ନିରାକରଣ କାର୍ୟ୍ୟକ୍ରମ ବ୍ୟାପକ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ବର୍ଷା ଋତୁର ପ୍ରାରମ୍ଭରେ ଜଳ ଓ ଭେକ୍ଟର ବାହିତ ରୋଗଗୁଡିକର ନିରାକରଣ, ପ୍ରତିଷେଧ ଓ ପରିଚାଳନା ନିମନ୍ତେ ସମସ୍ତ କାର୍ୟ୍ୟକ୍ରମକୁ ଅଧିକ କ୍ରିୟାଶୀଳ ଓ ଲକ୍ଷ୍ୟଭେଦୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନ ସଭାଗୃହଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏଦିଗରେ ବର୍ତ୍ତମାନ ପର୍ୟ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡିକର ସମୀକ୍ଷା କରି ଶ୍ରୀ ଆହୁଜା ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ…
