ଲୋକସେବା ଭବନରେ ବନ୍ଦେ ମାତରମ୍ର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍ ‘ ର ୧୫୦ ତମ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ କହିଥିଲେ।…


