ମିଶନ ପାୱାର ପ୍ରଥମ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ଗ୍ରାମ ବା ସହରାଞ୍ଚଳ ନିର୍ବିଶେଷରେ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ଏବଂ ସଡ଼କ ହେଉଛି ନାଗରିକଙ୍କ ତିନୋଟି ମୌଳିକ ଆବଶ୍ୟକତା। ଏହି ସମସ୍ୟାଗୁଡ଼ିକର ସମାଧାନ ଏବଂ ଜୀବନଧାରଣର ମାନରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମିଶନ ପାୱାର (ବିଜୁଳି, ପାନୀୟଜଳ ଏବଂ ରାସ୍ତାଘାଟ) ନାମକ ଏକ ସମନ୍ୱିତ କାର୍ଯ୍ୟାନ୍ୱୟନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ ୨୦୨୭ ସୁଦ୍ଧା ନିତିଦିନିଆ ରାସ୍ତା, ବିଜୁଳି ଓ ପାନୀୟଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ମାନ୍ୟବର…


