ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ
ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି…


