ଆସନ୍ତା ୩୦ ତାରିଖରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଅପିଲ୍ କ୍ୟାମ୍ପ କୋର୍ଟ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆସନ୍ତା ଶନିବାର, ୩୦ ତାରିଖ , ୨୦୨୬ ଅପରାହ୍ନ ୩:୦୦ ଟାରେ ଭୁବନେଶ୍ୱରସ୍ଥିତ ଉନ୍ନତି ଭବନଠାରେ ଏକ ସ୍ୱତନ୍ତ୍ର ଅପିଲ୍ କ୍ୟାମ୍ପ କୋର୍ଟ (Special Appellate Camp Court) ଆୟୋଜିତ ହେବାନେଇ ଏକ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ  ଏବଂ ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ବିରୁଦ୍ଧରେ ଆସିଥିବା ଅପିଲ୍ ମାମଲାଗୁଡ଼ିକର ଶୁଣାଣି ଏବଂ ସମାଧାନ…

ବିକଶିତ ବ୍ରଜରାଜନଗର ପାଇଁ ୨୩.୪୮ କୋଟି ଟଙ୍କା ବ୍ୟୟରେ ୮୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର /ବ୍ରଜରାଜନଗର (ଝାରସୁଗୁଡ଼ା): ବ୍ରଜରାଜନଗର ପୌରପରିଷଦ ଅଞ୍ଚଳର ବ୍ୟାପକ ବିକାଶ ପାଇଁ ଓଡ଼ିଶା ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ କରକମଳରେ ବ୍ରଜରାଜନଗରଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ମୋଟ ୨୩.୪୮ କୋଟି ଟଙ୍କା ବିନିମୟରେ ୮୨ ଗୋଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହ ୨.୭୭ କୋଟି ଟଙ୍କା ବ୍ୟୟରେ ନିର୍ମିତ…

ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ: ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ…

‘ସମାଜ ସେବା ହିଁ ପ୍ରକୃତ ମାନବିକତାର ପବିତ୍ର ପରିପ୍ରକାଶ’

ଭୁବନେଶ୍ୱର: ସମାଜର ସେବା ହିଁ ପ୍ରକୃତ ମାନବିକତାର ପବିତ୍ର ପରିପ୍ରକାଶ ବୋଲି ଓଡ଼ିଶାର ମାନ୍ୟବର ରାଜ୍ୟପାଳଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ଗୁରୁବାର ଦିନ ଲୋକଭବନର ନ୍ୟୁ ଅଭିଷେକ ହଲରେ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ରାଜ୍ୟ ପୁରସ୍କାର ପ୍ରଦାନ ସମାରୋହରେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି I ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟପାଳ ଯୁବପିଢ଼ି ମଧ୍ୟରେ ନିଃସ୍ୱାର୍ଥପର ସେବା, ଶୃଙ୍ଖଳା ଏବଂ ନେତୃତ୍ୱର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ପ୍ରାଚୀନ…

‘ଇପିକଲ୍’ର ବିସ୍ତୃତ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆହୁରି ତ୍ବରାନ୍ବିତ ହେବ ଶିଳ୍ପ ଅଭିବୃଦ୍ଧି। ଇଣ୍ଡଷ୍ଟ୍ରିଆଲ୍ ପ୍ରମୋସନ ଆଣ୍ଡ ଇନଭେଷ୍ଟମେଣ୍ଟ କର୍ପୋରେସନ ଅଫ୍ ଓଡ଼ିଶା ଲିମିଟେଡ୍ (ଇପିକଲ୍)ର ସମୀକ୍ଷା ବୈଠକରେ ପୁଞ୍ଜିନିବେଶ ପ୍ରସ୍ତାବଗୁଡିକର ବାସ୍ତବ ରୂପାୟନ ଉପରେ ଗୁରୁତ୍ବ ଦେଇଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ। ସମସ୍ତ ବିଭାଗୀୟ ନୋଡାଲ ଅଧିକାରୀଙ୍କୁ ଉଦ୍ୟୋଗୀ ମନୋଭାବ ଗ୍ରହଣ କରିବା ସହ ଶିଳ୍ପଗୁଡ଼ିକର ସହଜ କାର୍ଯ୍ୟକାରିତା ପାଇଁ ଅଧିକ ସକ୍ରିୟ ଭାବେ ସହାୟତା  କରିବାକୁ ସେ ନିର୍ଦ୍ଦେଶ…

‘ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବାରେ ଯୋଗାଣ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ରାଜ୍ୟ ଯୋଗାଣ ନିଗମ ମିଳିତ ଆନୁକୂଲ୍ୟରେ ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀ ଲୋକସେବା ଭବନ କାନଭେନ ସେଣ୍ଟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗାଣ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରିଥିଲେ। ନିକଟରେ ରନ୍ଧନ ଗ୍ୟାସର କଳାବାଜରୀ ରୋକିବାରେ ସେମାନଙ୍କର…

ଏକା ସାଙ୍ଗରେ ଯୁକ୍ତ ଦୁଇ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ। ଏକା ସାଙ୍ଗରେ ବିଜ୍ଞାନ, କଳା, ବାଣିଜ୍ୟ  ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଚଳିତ ବର୍ଷ ସମୁଦାୟ ପାସ୍ ହାର ୮୫.୮୫ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସ୍ ହାର ୮୮.୮୨ ପ୍ରତିଶତ, କଳାରେ ୮୪.୫୦ ପ୍ରତିଶତ, ବାଣିଜ୍ୟରେ ପାସ୍ ହାର ୮୮.୦୭…

ସହରୀ ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ରାସ୍ତା ସଂଯୋଗୀ କରଣରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର: ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା ରାଜଧାନୀ ୟୁନିଟ- ୬ ସ୍ଥିତ ୨ଗୋଟି ରାସ୍ତା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଅଛି। ଏହି ଅବସରେ ଆୟୋଜିତ ସଭାକୁ ସମ୍ବୋଧିତ କରି  ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେଯେ ଭୁବନେଶ୍ୱରରେ ସହରୀ ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ରାସ୍ତା ସଂଯୋଗୀ କରଣରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧI  ଏଥିନିମିତ ୨୦୨୫-୨୬ ଆର୍ଥିକ ବର୍ଷପାଇଁ ୩୭ ଗୋଟି ରାସ୍ତା ପାଇଁ ପ୍ରାୟ ୭୮୨୬. ୧୫ …

ସମନ୍ୱିତ କୃଷି, ଡାଲି ଏବଂ ତୈଳବୀଜ ଏବଂ ସ୍ଥାୟୀ କୃଷି ଉପରେ ଗୁରୁତ୍ୱାରୋପ କଲେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ

ଭୁବନେଶ୍ୱର: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଭୁବନେଶ୍ୱରଠାରେ ପୂର୍ବାଞ୍ଚଳ କୃଷି ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ସମ୍ମିଳନୀରେ ପୂର୍ବ ଭାରତର କୃଷି ପରିବର୍ତ୍ତନ ସମ୍ପର୍କିତ ପ୍ରମୁଖ ପ୍ରସଙ୍ଗ ଉପରେ ବିଚାରବିମର୍ଶ କରିବା ଉଦ୍ଦେଶ୍ୟରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ପଶ୍ଚିମବଙ୍ଗର ପ୍ରତିନିଧିମାନେ ଯୋଗ ଦେଇଛନ୍ତି। ସମ୍ମିଳନୀରେ ଡାଲି ଓ ତୈଳବୀଜ ଉତ୍ପାଦନ ବୃଦ୍ଧି,…

ଇଲେକ୍ଟ୍ରିକ ବସ ପରିଚାଳନାରେ ମହିଳା ଚାଳକ, ADAS ସୁରକ୍ଷା ବ୍ୟବସ୍ଥା  ଉପରେ ଉଚ୍ଚସ୍ତରୀୟ ସମୀକ୍ଷା

ଭୁବନେଶ୍ୱର: ଓଡିଶାରେ ସହରୀୟ ଯାତାୟାତ ବ୍ୟବସ୍ଥାର ବିସ୍ତାର, ଭିତ୍ତିଭୂମି ବିକାଶ, ସଡକ ସୁରକ୍ଷା ପଦକ୍ଷେପ ଓ ପ୍ରତିଷ୍ଠାନଗତ ସୁଦୃଢୀକରଣର ପ୍ରଗତି ସମୀକ୍ଷା ପାଇଁ  CRUT ର ଚାଲୁ ଓ ଆଗାମୀ ପଦକ୍ଷେପ ସମ୍ପର୍କିତ ଏକ ବ୍ୟାପକ ସମୀକ୍ଷା ବୈଠକ ଗୃହ ଓ ସହର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ମନ୍ତ୍ରୀ CRUTର ପ୍ରଥମ ପର୍ଯ୍ୟାୟ ବିସ୍ତାର ଯୋଜନା ଅଧୀନରେ କେନ୍ଦୁଝର, ବାରିପଦା, ଅନୁଗୁଳ, ଝାରସୁଗୁଡା ଓ ବାଲେଶ୍ୱରରେ ସେବା…